Latest Odisha News

BREAKING NEWS

ରାଜ୍ୟର ୧୦ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।

ଜିଲ୍ଲାଗୁଡିକ ମଧ୍ୟରେ ନୟାଗଡ, କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, ଭୁବନେଶ୍ୱର, କଟକ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲା ରହିଛି ।

ଏହି ୧୦ଟି ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଆହୁରି ମଧ୍ୟ ଏହିସବୁ ଜିଲ୍ଲାଗୁଡିକରେ ସନ୍ଧ୍ୟା ୬ଟା ୩୦ମି. ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.