Latest Odisha News

BREAKING NEWS

ରାଜ୍ୟର ୧୪ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ସୁନ୍ଦରଗଡ, କେନ୍ଦୁଝର, ଝାରସୁଗୁଡା, ନୂଆପଡା, ବରଗଡ, ଗଞ୍ଜାମ, ସମ୍ବଲପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ, ଗଜପତି, ଦେବଗଡ, ନୟାଗଡ ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରତିଘଣ୍ଟା ୩୦ରୁ ୪୦ କିମି.ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଏହି ୧୪ଟି ଜିଲ୍ଲା ଗୁଡିକରେ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଏଠାରେ ପ୍ରାୟ ଅପରାହ୍ନ ୪ଟାରୁ ରାତି ୭ଟା ମଧ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.