ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ରବିବାର ଦିନ ପୂର୍ବାନୁମାନ କରାଯାଇଛି ।
ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ ଜିଲ୍ଲାରେ ସନ୍ଧ୍ୟା ୫ଟା ରୁ ରାତି ୮ଟା ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଜପତି, ଗଞ୍ଜାମ, କଟକ, ଢେଙ୍କାନାଳ, ମୟୁରଭଞ୍ଜ, ତାଳଚେର, ଜଗତସିଂହପୁର, ନୟାଗଡ, ଅନୁଗୁଳ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, ଖୋର୍ଦ୍ଧା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ, ପୁରୀ ଓ ରାୟଗଡ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ଆହୁରି ମଧ୍ୟ ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।
Comments are closed.