Latest Odisha News

BREAKING NEWS

କାଳବୈଶାଖୀ ଆଶଙ୍କା: ୪ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୪ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ବରଗଡ ଓ ନୂଆପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

ଆହୁରି ମଧ୍ୟ ଏହିସବୁ ଜିଲ୍ଲାଗୁଡିକରେ ପ୍ରାୟ ଦ୍ୱିପ୍ରହର ୧ଟାରୁ ଅପରାହ୍ନ ୪ଟା ମଧ୍ୟରେ ବର୍ଷା ସହ ଝଡତୋଫାନ ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.