Latest Odisha News

ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଆଶଙ୍କା

ଭୁବନେଶ୍ୱର : ରାଜ୍ୟର କିଛି ସ୍ଥାନରେ ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବାବେଳେ ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଦିନ ପୂର୍ବାନୁମାନ କରାଯାଇଛି ।

ଜିଲ୍ଲାଗୁଡିକ ମଧ୍ୟରେ ନବରଙ୍ଗପୁର, କୋରାପୁଟ, ମାଲକାନଗିରି, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ, ଆଦି ରହିଛି ।

ଏହି ସବୁ ଜିଲ୍ଲା ଗୁଡିକରେ ସନ୍ଧ୍ୟା ୭ଟା ୧୫ମି. ମଧ୍ୟରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବୋହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

Leave A Reply

Your email address will not be published.