Latest Odisha News

BREAKING NEWS

୧୮ରୁ ଅତି ପ୍ରବଳ ବର୍ଷା, ୫ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ୧୬ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ।

ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବରଗଡ଼, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

୧୬ ତାରିଖରେ ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଦିଆଯାଇଛି ।

୧୮ ତାରିଖରେ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ, ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

Leave A Reply

Your email address will not be published.