Latest Odisha News

BREAKING NEWS

ଆଜି ପୁଣି ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଓଡିଶାର ଅନେକ ଜିଲ୍ଲା ପାଇଁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଯାହା ଫଳରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଜୁନ୍ ୨୨ ରୁ ଜୁନ୍ ୨୫ ଯାଏଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି।

ସଦ୍ୟତମ ବୁଲେଟିନ୍‌ରେ ଅନୁଯାୟୀ ଆଜି ନୂଆପଡା, ବଲାଙ୍ଗୀର, ସୋନପୁର, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, ଦେଓଗଡ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଏବଂ ବରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।

ତେବେ ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ପବନ ସହ ବର୍ଷା ହୋଇଥିଲା।

Leave A Reply

Your email address will not be published.