Latest Odisha News

BREAKING NEWS

ଆଜିଠୁ ରାଜ୍ୟରେ କମିବ ଶୀତ, ଅସ୍ତବ୍ୟସ୍ତ କରିବ କୁହୁଡି

ଭୁବନେଶ୍ଵର: ରାଜ୍ୟରେ ଆଜିଠୁ କମିବ ଶୀତ, ଏଣିକି ଧିରେ ଧିରେ ବଢିବ ତାପମାତ୍ରା । ପାରଦ ପ୍ରାୟ ୨ ରୁ ୪ ଡିଗ୍ରୀ ବଢିବ। ବଙ୍ଗୋପସାଗର ଅଞ୍ଚଳରେ ଏକ ଗୁରୁଚାପ ବଳୟ ରହିବ । ଏହାର ପ୍ରଭାବରେ ରାଜ୍ୟକୁ ଉଷ୍ଣ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଆସିବ । ଫଳରେ ଥଣ୍ଡା କମିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଥଣ୍ଡା କମିବା ସହ ଘନ କୁହୁଡି ରହିବ। ଦୁଇ ଦିନ ରାଜ୍ୟରେ ଘନ କୁହୁଡି ଦେଖାଯିବ ବୋଲି ଆକଳନ କରିଛି ବିଭାଗ। ଏଥିପାଇଁ ୪ ଜିଲ୍ଲାକୁ ଚେତବନୀ ଜାରି କରିଛି ପାଣିପାଗ କେନ୍ଦ୍ର । ଘନ କୁହୁଡି କାରଣରୁ ୫୦ ମିଟର ତଳକୁ ଖସିଆସିବ ଦୃଶ୍ୟମାନ କ୍ଷମତା । ସେପଟେ ଜିରୋ ଭିଜିବିଲିଟି ପରିସ୍ଥିତି ନେଇ ଘାଟି ଅଞ୍ଚଳରେ ଧିମା ଗତିରେ ଗାଡି ଚଳାଇବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ଆସନ୍ତାକାଲି ପାଇଁ କଟକ, କେନ୍ଦ୍ରାପଡା ଓ ଜଗତସିଂହପୁରରେ ଘନରୁ ଅତି ଘନ କୁହୁଡି ଦେଖାଯିବ । ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, କନ୍ଧମାଳ ଓ କଳାହାଣ୍ଜିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡି ଦୃଶ୍ୟମାନ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । । ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କାଁ ଭାଁ ସ୍ଥାନରେ ପାରଦ ଖସିବାର ସମ୍ଭାବନା ରହିଛି। ବିଶେଷ କରି ଫୁଲବାଣୀ, ଭବାନୀପାଟଣା, ରାଉରକେଲା, କୋରାପୁଟରେ ତାପମାତ୍ରା ହ୍ରାସ ପାଇବାର ସମ୍ଭାବନା ରହିଛି।

 

Comments are closed.