Latest Odisha News

ଘୂର୍ଣ୍ଣିବଳୟ ପ୍ରଭାବରେ ୬ରୁ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଏଇ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୬ ଏବଂ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଘୂର୍ଣ୍ଣି ବଳୟ ପ୍ରଭାବରେ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବା ସମ୍ଭାବନା ରହିଛି । ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଜଗପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ସେପଟେ ଆଜି ଆଜି ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିଛି। କିଛି କିଛି ସ୍ଥାନରେ ଝିପିଝିପି ବର୍ଷା ହଉଥିବା ସୂଚନା ମିଳିଛି।

Leave A Reply

Your email address will not be published.