Latest Odisha News

BREAKING NEWS

ଆସୁଛି ଲଘୁଚାପ ବଢ଼ିବ ବର୍ଷା, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର:  ଆସୁଛି ଲଘୁଚାପ । ଆଉ ଦିନକ ପରେ ରାଜ୍ୟରେ ବଢ଼ିବ ବର୍ଷା । ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଥିବାବେଳେ ୪ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ମୌସୁମୀ ସକ୍ରିୟ ହେବା ସହ ଭଲ ବର୍ଷା ହେବ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ୬ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ସେପଟେ ଆଜି ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଆଜି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ‌କେନ୍ଦୁଝର, କଟକ, ଜଗତସିଂହପୁର, ‌କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ ।

ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ବାଲେଶ୍ବର,  ଦେବଗଡ଼ ଓ ଖୋର୍ଧା ଜିଲ୍ଲାର କିଛି କିଛି ସ୍ଥାନରେ ବି ସେହିଦିନ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି ।

Leave A Reply

Your email address will not be published.