Latest Odisha News

BREAKING NEWS

ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ପାଞ୍ଚ ଦିନ ପାଇଁ ଓଡିଶାର ଅନେକ ସ୍ଥାନରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।

ମେ ୩୧ରୁ ଜୁନ୍ ୧ ଯାଏଁ-
ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି, ଗଞ୍ଜାମ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଯାଜପୁର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଜୁନ୍ ୧ରୁ ଜୁନ୍ ୨ ପର୍ଯ୍ୟନ୍ତ-

ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ବଜ୍ରପାତ ସହିତ ହାଲୁକା ବର୍ଷା ଆଶଙ୍କା।

ଜୁନ୍ ୨ରୁ ଜୁନ୍ ୩ ପର୍ଯ୍ୟନ୍ତ-

ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, କଟକ, ବାଲେଶ୍ବର, ଯାଜପୁର ଓ ଭଦ୍ରକ।

ଜୁନ୍ ୩ରୁ ଜୁନ୍ ୪ ପର୍ଯ୍ୟନ୍ତ-

ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡା, କୋରାପୁଟ, ମାଲକାନଗିରି, ଝାରସୁଗୁଡା, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜ ଆଦି ଜିଲ୍ଲା।

ଜୁନ୍ ୩ ତାରିଖ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ରହିଛି।

Leave A Reply

Your email address will not be published.