Latest Odisha News

ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାରେ ବର୍ଷା ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଇଏମଡିର ବୁଲେଟିନ ଅନୁଯାୟୀ ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ଧରଣର ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର ଓ ଅନୁଗୁଳ ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଆଶଙ୍କା।

ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟରେ ଦିନର ସର୍ବାଧିକ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଭାଗ ସୁତ୍ରରୁ ପ୍ରକାଶ। ତେବେ ମାର୍ଚ୍ଚ ୨୫ ପର୍ଯ୍ୟନ୍ତ ଅନେକାଂଶ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ।

Comments are closed.