Latest Odisha News

ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଲଗାଣ ବର୍ଷା । ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ଅଧିକାଂଶ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି । ଆସନ୍ତାକାଲି ମଧ୍ୟ ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବା ପରେ, ଏହାର ପରିମାଣ ଧିରେ ଧିରେ କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଏହାସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସବୁ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଏବଂ କିଛି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏହାସହ ଆଜି ରାଜ୍ୟର ୧୦ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକ ହେଉଛି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଲାହାଣ୍ଡି, ବରଗଡ, ନୂଆପଡା, ବଲାଙ୍ଗିର, ଝାରସୁଗୁଡା, କେନ୍ଦୁଝର ଏବଂ ସୁନ୍ଦରଗଡ । ତେବେ କାଲି ପରଠାରୁ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

 

ଗତ ଦୁଇ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ବିଶେଷ ଭାବେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଗତକାଲି ରାତିଠୁ ବର୍ଷାର ପରିମାଣ ବଢ଼ିଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ବର୍ଷା ହେଉଛି ।

Comments are closed.