Latest Odisha News

ଆଗାମୀ ୩ ଘଣ୍ଟାରେ ବର୍ଷା ସହ ବଜ୍ରପାତ ନେଇ ଜାରି ହେଲା ଆଲର୍ଟ

ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ବିଜୁଳି, ଘଡ଼ଘଡି ସହ ପ୍ରବଳ ବର୍ଷା ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଏନେଇ ୭ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ପୁରୀ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଖୋର୍ଦ୍ଧା, କଟର ଏବଂ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ବାହାରେ ଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେପଟେ ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା କାରଣରୁ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.