ଭୁବନେଶ୍ୱର: ଆଜିଠାରୁ ବଢ଼ିବ ବର୍ଷାର ପରିମାଣ। ଓଡ଼ିଶାରେ ବିଶେଷ କରି ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳରେ ବର୍ଷାର ପରିମାଣ ବଢ଼ିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁୟାୟୀ, ଆଜି ଓ ଆସନ୍ତାକାଲି ଦୁଇ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧୧ ତାରିଖ ଯାଏ ବିଭିନ୍ନ ଜିଲ୍ଲାକୁ ବଜ୍ରପାତ ଓ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାୟାଇଛି।
ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ଏଥିପାଇଁ ଏହି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୦ ତାରିଖ ଯାଏ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।
୧୧ ତାରିଖରେ ମଧ୍ୟ ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଉଲ୍ଲେଖଯୋଗ୍ୟ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିବାରେ ବିଳମ୍ବ ହେଉଥିବାରୁ ଚଳିତ ଥର ଶୀତ ବିଳମ୍ବରେ ଆସିବ ବୋଲି ସୂଚନା ରହିଛି। ଆଉ କମ୍ ଦିନ ଶୀତ ଅନୁଭୂତ ହେବ ବୋଲି ସୂଚନା ରହିଛି।
Comments are closed.