Latest Odisha News

BREAKING NEWS

୧୫ ଜିଲ୍ଲାରେ ପ୍ରବଳ ବର୍ଷିିବ

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (IMD) ବୁଧବାର ପର୍ଯ୍ୟନ୍ତ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି।

ରାଜ୍ୟର ଅତି କମରେ ୧୫ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଅଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଆଦି ଜିଲ୍ଲା ରହିଛି। ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ଦ୍ୱାରା ହଳଦିଆ ସତର୍କତା ଜାରି କରାଯାଇଛି।

ଭୁବନେଶ୍ୱରର IMD ଆଞ୍ଚଳିକ କେନ୍ଦ୍ର ଅନୁଯାୟୀ, ବାଲେଶ୍ୱର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ସମେତ କିଛି ଜିଲ୍ଲାରେ ବୁଧବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ। ସେହିପରି ଜୁଲାଇ ୨୬ ପର୍ଯ୍ୟନ୍ତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ଜାରି ରହିବାର ସମ୍ଭାବନା ଅଛି।

Leave A Reply

Your email address will not be published.