Latest Odisha News

BREAKING NEWS

ସକ୍ରିୟ ହେଉଛି ଘୂର୍ଣ୍ଣବଳୟ ,ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ସକ୍ରିୟ ହେବାରେ ଲାଗିଛି ଘୂର୍ଣ୍ଣବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ଲଘୁଚାପ ବର୍ଷା ସମ୍ଭାବନା । ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆସନ୍ତାକାଲି ଠାରୁ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅନେକ ଅଞ୍ଚଳରେ ବର୍ଷା ଜାରି ରହିବ । ୧୬ ତାରିଖ ଆଡକୁ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚି ୧୫ ତାରିଖ ଆଡ଼କୁ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ତେଣୁ ଲଘୁଚାପଟି କେତେ ଘନୀଭୂତ ହେବ ଓ ଏହା ଅବପାତରେ ସୀମିତ ରହିବ କି ଆହୁରି ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ସେ ନେଇ ଏବେଠାରୁ କିଛି ସ୍ପଷ୍ଟ କହି ହେଉନାହିଁ ।

୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ । ଆଜି ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ହେବା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ରାଜ୍ୟର ୮ ଜିଲ୍ଲାରୁ ଫେରିଯାଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୨ ଦିନ ମଧ୍ୟରେ ଏ ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

Leave A Reply

Your email address will not be published.