Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ନେଇ ବଢ଼ିଲା ଆଶଙ୍କା

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା କଲା ପାଣିପାଗ ବିଭାଗ । ଗତକାଲିର ଘୂର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି ।

ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ ୨୨ କିମ୍ବା ୨୩ ତାରିଖ ବେଳକୁ ବାତ୍ୟା ସୃଷ୍ଟି ହେଲେ ଏହାର ଗତିପଥ କଣ ରହିବ ? କେଉଁ ସ୍ଥାନରେ ମାଡ଼ ହେବ ବାତ୍ୟା । ପବନର ବେଗ କେତେ ରହିବ । ସେନେଇ ଏଯାଏ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର କୌଣସି ଆକଳନ କରି ନାହିଁ ।

Leave A Reply

Your email address will not be published.