Latest Odisha News

BREAKING NEWS

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ଆଇଏମଡିର ସତର୍କ ସୂଚନା

ଭୁବନେଶ୍ୱର:ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡଘଡି ସହ ବର୍ଷା ସମ୍ଭାବନା ଥିବା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।

ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ସୂଚନା ଦେଇ କହିଛି, ଦକ୍ଷିଣପୂର୍ବର ବଙ୍ଗୋପସାଗରରେ କ୍ଷୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବର୍ଷା ସମ୍ଭାବନା ରହିଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ସର୍ବାଧିକ ଓ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

ମିଡ ଡେ ବୁଲେଟିଂରେ ମେଟ ପକ୍ଷରୁ କୁହାଯାଇଥିଲା, ବଙ୍ଗୋପ ସାଗର ଏବଂ ଆଣ୍ଡାମାନ ସିରେ ସୃଷ୍ଟ ଘୂର୍ଣ୍ଣିବଳୟ ଦକ୍ଷିଣପୂର୍ବ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅଛି ଏବଂ ସମୁଦ୍ରପତନଠାରୁ ୪.୫ କିମି ଉପରେ ରହିଛି । ଏହା ଉତ୍ତରପୂର୍ବ ଆଡକୁ ମୁହାଁଇବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଅକ୍ଟୋବର ୨୦ ତାରିଖ ସୁଦ୍ଧା କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ମଧ୍ୟ ରହିଛି । ଫଳରେ ରାଜ୍ୟର ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡା ଆଦି ଜିଲ୍ଲାରେ ଗୁରୁବାର ସକାଳୁ ହାଲୁକା ବର୍ଷା ସମ୍ଭାବନା ରହିଛି ।

ଗୁରୁବାରରୁ ଶୁକ୍ରବାର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଆଦି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

Comments are closed.