Latest Odisha News

BREAKING NEWS

ଓଡିଶାରେ ମାର୍ଚ୍ଚ ୧୫ ଯାଏଁ ଝଡବର୍ଷା

ଭୁବନେଶ୍ୱର: ଗୁରୁବାର ଦିନ ଭାରତୀୟ ପାଣିପାଗ ବିଭାଗ ଓଡିଶାର କିଛି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ଆଶଙ୍କା କରି ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛନ୍ତି । ରାଜ୍ୟରେ ମାର୍ଚ୍ଚ ୧୫ ଯାଏଁ ୪ ଦିନ ଧରି ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

ମାର୍ଚ୍ଚ ୧୨ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, କଟକ, ନୟାଗଡ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ୪୫ରୁ ୫୫ ଘଣ୍ଟା ପ୍ରତି ବେଗରେ ପବନ ବହିବା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଢେ଼ଙ୍କାନାଳ, କଟକ ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଏବଂ ବଲାଙ୍ଗୀର, ସୋନପୁର, ବୌଦ୍ଧ, ସୁନ୍ଦରଗଡ, ଝାରସୁଗୁଡା, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ଆଶଙ୍କା କରି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାର୍ଚ୍ଚ ୧୩ ତାରିଖରେ କଳାହାଣ୍ଡି, କନ୍ଧମାଳ, ବୈାଦ୍ଧ, ସୋନପୁର, ବଲାଙ୍ଗୀର, ସୋନପୁର ଓ ବରଗଡ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ଓ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ଆଶଙ୍କା କରି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଝଡ ତୋଫାନ ସହ ୩୦ରୁ ୪୦ କିମି ବେଗରେ ପବନ ବହିବା ନେଇ ସୁନ୍ଦରଗଡ, ଦେବଗଡ, ଝାରସୁଗୁଡ, ଅନୁଗୁଳ, କେନ୍ଦୁଝର, କଟକ ଓ ନୟାଗଡ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ମାର୍ଚ୍ଚ ୧୪ ତାରିଖରେ ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢେ଼ଙ୍କାନାଳ, କନ୍ଧମାଳ, ସୋନପୁର ଓ ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଝଡ ତୋଫାନ ସହ ୩୦ରୁ ୪୦ କିମି ଘଣ୍ଟା ପ୍ରତି ବେଗରେ ପବନ ବହିବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିଭଳି ମାର୍ଚ୍ଚ ୧୫ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ସୋନପୁର, ବଲାଙ୍ଗୀର, ନୂଆପଡା, କନ୍ଧମାଳ, ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏହା ମଧ୍ୟରେ ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୧୧ଟାରୁ ଦ୍ୱିପହର ୨ଟା ମଧ୍ୟରେ ବରଗଡ, ସୁନ୍ଦରଗଡ ଓ ଝାରସୁଗୁଡା ଜିଲ୍ଲାର କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଚେତାବନୀ ଜାରି କରିଛି । ଏହି ସମୟରେ ଏହି ଜିଲ୍ଲା ଗୁଡିକର ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.