Latest Odisha News

ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ୧୬ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ଗଣମାଧ୍ୟମକୁ ସୂୂଚନା ଦେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର ଲକ୍ଷ୍ମୀଧର ମହାପାତ୍ର କହିଛନ୍ତି, ରାଜସ୍ଥାନରୁ ଏକ ଟ୍ରଫ୍ ଲାଇନ୍ ପାରାଦୀପ ମଧ୍ୟ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଯାଏଁ ଲମ୍ବିବା ସଙ୍ଗେସଙ୍ଗେ ଓଡିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି ।

ଜିଲ୍ଲାଗୁଡିକ ମଧ୍ୟରେ ନୂଆପଡା, ବଲାଙ୍ଗିର, ସମ୍ବଲପୁର, ଝାରସୁଗୁଡା, ବରଗଡ, ଜଗତସିଂହପୁର, କଟକ, ଢେଙ୍କାନାଳ, ପୁରୀ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ ଆଦି ଜିଲ୍ଲାକୁ ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ମଙ୍ଗଳବାର ଦିନ ବର୍ଷା ସମ୍ଭାବନା ରହିଛି ।

ତେବେ ଏହି ସମୟ ମଧ୍ୟରେ ସମୁଦ୍ର ମଧ୍ୟକୁ ନଯିବା ଲାଗି ମତ୍ସଜୀବି ମାନଙ୍କୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.