Latest Odisha News

ବଢିବ କାଳବୈଶାଖୀ ବର୍ଷାର ପ୍ରଭାବ: ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଅନୁଭବ ହେଉଛି। କିଛି କିଛି ସ୍ଥାନରେ ତାଣ୍ଡବ ରଚୁଛି କାଳବୈଶାଖୀ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ। ଆଜି ୧୮ ଜିଲ୍ଲାକୁ ଝଡ଼ ପବନ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ ଘଡ଼ିସହ କିଛି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ବର୍ଷା ହେଲେ ବି ଗୁଳୁଗୁଳି ଜାରି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ବର୍ଷା ଯୋଗୁଁ ଉତ୍ତର ଆଭ୍ୟନ୍ତରୀଣ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ପ୍ରାୟ ୪-୫ ଡିଗ୍ରୀ ସେଲସିୟସ ହ୍ରାସ ହୋଇଥିବାବେଳେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି।

୧୮ ତାରିଖ ପର୍ଯ୍ୟନ୍ତ ଏହି ଆଲର୍ଟ ଜାରି କରାଯାଇଛି। ସପ୍ତାହେ ଯାଏ ଦିନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର। ଅନ୍ୟପଟେ ଆଗାମୀ ୩ ଘଣ୍ଟା ମଧ୍ୟରେ ମାଲକାନଗିରି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ଏହି ଜିଲ୍ଲାରେ ଘଣ୍ଟା ପ୍ରତି ୩୦-୪୦ କିମି ବେଗରେ ଝଡ଼, ପବନ ହେବା ନେଇ ଆଶଙ୍କା ରହିଛି।

Comments are closed.