Latest Odisha News

BREAKING NEWS

ପାନ ବିନା ଅଧା ରଜ ମଉଜ: ଜାଣନ୍ତୁ ଏହି ରଜପାନର ମହତ୍ତ୍ୱ

ଭୁବନେଶ୍ୱର: କୁହାଯାଏ ପାନ ବିନା ଅଧା ରଜ ମଉଜ। ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ । ପ୍ରୀତି, ପ୍ରେମ, ବନ୍ଧୁତାର ଛ’ଲକ୍ଷଣ ଏ ଦେଶରେ ନିର୍ଦ୍ଧାରିତ କରାଯାଇଛି । ଦିଏ, ନିଏ, ଖାଏ, ଖୁଆଏ, ଗୋପନ କଥା କହେ ଓ ପଚାରେ, ଏ ଛ’ଟି ଆନ୍ତରିକତା ଓ ନିବିଡ଼ତାର କଥା । ଭୋଜନ ଶେଷରେ ତାମ୍ବୁଳସେବା ଓଡ଼ିଆଙ୍କର ଏକ ପୁରାତନ ଅଭ୍ୟାସ । ଓଡ଼ିଆଙ୍କ ଠାକୁର ବଡ଼ଠାକୁର ଜଗନ୍ନାଥ ପ୍ରତିଦିନ ଭୋଜନାନ୍ତେ ତାମ୍ବୁଳ ସେବା କରି ନିଦ୍ରା ଯାଆନ୍ତି । ପାନ ହେଉଛି ମୁଖବାସ, ପରିତୋଷ ।
ରଜ ସହିତ ପାନ ଯୋଡ଼ିହେବା ପଛରେ କଥା ଅଛି। ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛିଣ୍ଡା ଯାଇଥାଏ । କାରଣ ପାନଶିରାକୁ ବୁଦ୍ଧି ବିନାଶିନୀ ବୋଲି କୁହାଯାଏ । ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ, ରଜ ଆଭୂଷଣକୁ ଆହୁରି ମୁଗ୍ଧକର କରିଦିଏ । ରଜପାନରେ ଗୁଆ, ଅଳେଇଚ, ଗୁଜୁରାତି, ଭଜା ଧଣିଆ, ଚାଉଳ ଓ ନଡିଆ ଖଣ୍ଡ, ଚେରି, ଲବଙ୍ଗ, କବାବଚିନି, ଚୁଆ, ପାନ ମହୁରି, ସୁବାସିତ ଜାଫ୍ରାନ କେଶର, ଖଇର ପରି ୧୦ରୁ ୧୨ ପ୍ରକାର ମସଲା ବ୍ୟବହୃତ ହୁଏ । ଏହାକୁ ବିଭିନ୍ନ ଢଙ୍ଗରେ ତ୍ରିଭଙ୍ଗି, ଚଉଭଙ୍ଗି ଆକୃତି ଦେଇ ଉପରେ ଲବଙ୍ଗ ଖୋସି ଅତି ସୁନ୍ଦର ଭାବେ ଥାଳିରେ ସଜାଇ ଦିଆଯାଏ । ସାଧାରଣ ଦିନର ପାନଠାରୁ ରଜପାନର ସ୍ୱାଦ ସ୍ୱତନ୍ତ୍ର । ରଜ ଆସିଲେ ବଜାରରେ ମଧ୍ୟ ପାନର ଦର ବଢିଯାଏ । ଢ଼ଗରେ ଅଛି-

‘ପାନଖିଆ ରସିକ ପାଟି, ଖୋଜି ବୁଲୁଥିଲା ରାଜାଙ୍କ ହାତ…ଢାଳି ଦେଇଗଲା ଶିରରେ, ରାଜା ହୋଇଗଲା ରଜରେ’ ।

Leave A Reply

Your email address will not be published.