Latest Odisha News

ସୁରକ୍ଷିତ ହେବ ରକ୍ତ ପରୀକ୍ଷା, ଓଡ଼ିଶାର ଏହି ହସ୍ପିଟାଲ୍‌ରେ ଆଇଡି-ନାଟ୍ ମେସିନ୍ ଆରମ୍ଭ

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ପୋଷ୍ଟ ଗ୍ରାଜୁଏଟ୍ ଡିପାର୍ଟମେଂଟ ଅଫ୍ ଟ୍ରାନ୍ସଫ୍ୟୁଜନ୍ ମେଡିସିନରେ ସୁରକ୍ଷିତ ରକ୍ତ ଅର୍ନ୍ତକ୍ଷେପଣ ନିମନ୍ତେ ଆଇଡି-ନାଟ୍ ବ୍ଲଡ୍ ସ୍କ୍ରିନିଂ ବ୍ୟବସ୍ଥା ଆରମ୍ଭ କରାଯାଇଛି।

ଏହି ଇଣ୍ଡିଭିଜୁଆଲ୍ ଡୋନର୍ ନ୍ୟୁକ୍ଲିକ୍ ଏସିଡ୍ ଟେଷ୍ଟିଂ (ଆଇଡି-ନାଟ୍‌) ମେସିନ୍‌କୁ ସମ୍ ହସ୍ପିଟାଲ୍‌ରେ ଓଡ଼ିଶାର ସ୍ୱାସ୍ଥ୍ୟ ଏବଂ
ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ନବ କିଶୋର ଦାସ ଉଦଘାଟନ କରିବା ସହ ରକ୍ତ ପରୀକ୍ଷା ଏବଂ ରୋଗୀଙ୍କୁ ସୁରକ୍ଷିତ ଭାବେ ରକ୍ତ ଟ୍ରାନ୍ସଫ୍ୟୁଜନ୍ ନିମନ୍ତେ ଏହି ମେସିନ୍ ଖୁବ୍ ଉଚ୍ଚକୋଟୀର କାର୍ଯ୍ୟ କରିପାରିବ ବୋଲି ସେ କହିଥିଲେ।

ଷ୍ଟେଟ୍ ବ୍ଲଡ ଟ୍ରାନ୍ସଫ୍ୟୁଜନ୍ କାଉନସିଲର ନିର୍ଦ୍ଦେଶକ ଡ. ଉର୍ମିଳା ମିଶ୍ର ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ କହିଥିଲେ ଯେ ବ୍ଲଡ ବ୍ୟାଙ୍କଗୁଡ଼ିକ ଦ୍ୱାରା ୫ ପ୍ରକାରର ରକ୍ତ ସ୍କ୍ରିନିଂ କରାଯାଇଥାଏ।

ଏଚ୍‌ଆଇଭି, ହେପାଟାଇଟିସ୍ -ବି, ହେପାଟାଇଟିସ୍‌-ସି, ମାଲେରିଆ ଏବଂ ଭିଡିଆର୍‌ଏଲ୍ ନିମନ୍ତେ ଏହି ସ୍କ୍ରିନିଂ କରାଯାଏ । ସୁରକ୍ଷିତ ରକ୍ତ ପ୍ରଦାନ ଆମର ସବୁଠାରୁ ବଡ ଉଦ୍ଦେଶ୍ୟ ଥିବା ବେଳେ ଅତ୍ୟାଧୁନିକ ବ୍ୟବସ୍ଥା ବିନା ରକ୍ତରେ ଥିବା ଭାଇରସ୍ ଚିହ୍ନଟ କରିବା ଖୁବ୍ କଷ୍ଟକର ବୋଲି ସେ କହିଛନ୍ତି।

ଏହି ଅବସରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କୁଳପତି ପ୍ରଫେସର ଡ. ଅଶୋକ କୁମାର ମହାପାତ୍ର କହିଥିଲେ ଯେ ଏହି ମେସିନ୍‌ର ଖୁବ୍ ଉପଯୋଗିତା ରହିଛି ଏବଂ ବହୁ ସଂଖ୍ୟକ ରୋଗୀଙ୍କ ପାଇଁ ଏହା ଉପକାରୀ ହେବ।

ଏହି ଅବସରରେ ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଗଙ୍ଗାଧର ସାହୁ, ମେଡିକାଲ୍ ସୁପରିଟେଣ୍ଡେନ୍‌ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଟ୍ରାନ୍ସଫ୍ୟୁଜନ୍ ମେଡିସିନ୍ ବିଭାଗର ମୁଖ୍ୟ ପ୍ରଫେସର ବିଭୁଦେନ୍ଦୁ ପତି ଏବଂ ଆସୋସିଏଟ୍ ପ୍ରଫେସର ଡ. ଗିରିଜା ନନ୍ଦିନୀ କାନୁନ୍‌ଗୋ ବକ୍ତବ୍ୟ ରଖିଥିଲେ।

ଏହି ମେସିନ ଯୋଗାଉଥିବା କମ୍ପାନୀ ହେମୋଜେନୋମିକ୍ସର ଉପସଭାପତି ସଂଗୀତ ଗୋପାଳ କିନି ମେସିନ୍ ସମ୍ବନ୍ଧରେ ସୂଚନା ଦେଇ କହିଛନ୍ତି ଯେ ଆଇଡି-ନାଟ ରକ୍ତରେ ଥିବା ଏଚ୍‌ଆଇଭି, ହେପାଟାଇଟିସ୍‌-ବି ଏବଂ ହେପାଟାଇଟିସ୍‌-ସି ଭାଇରସ୍‌କୁ ଉଇଣ୍ଡୋ ପିରିଅଡ ମଧ୍ୟରେ ଚିହ୍ନଟ କରିବାକୁ ସକ୍ଷମ। ଏହା ଫଳରେ ଚିହ୍ନଟ କରିବାର ସମୟକୁ କମ କରାଯାଇପାରେ।

Leave A Reply

Your email address will not be published.