ଭୁବନେଶ୍ୱର: ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫ ଇଷ୍ଟ ଚାପ୍ଟରର ପ୍ରଥମ ସଂସ୍କରଣର ସମ୍ମାନ ପ୍ରଦାନ ଉତ୍ସବରେ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ମିଳିଛି ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ୍ ସମ୍ମାନ। କୋଲକାତା ଠାରେ ଗତ ଶୁକ୍ରବାର ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଇମ୍ସ ନେଟୱାର୍କ ଡିଜିଟାଲ୍ର ପ୍ରେସିଡେଂଟ ଓ ସିଓଓ ରୋହିତ ଚଢ଼ା ସମ୍ମମ୍ର ସିଇଓ ଡକ୍ଟର ଶ୍ୱେତପଦ୍ମା ଦାଶଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।
ସେହିପରି ଏହି ଉତ୍ସବରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାକୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ହସ୍ପିଟାଲ ଭାବେ ସମ୍ମାନିତ କରାଯାଇଥିବା ବେଳେ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୩ ଶୀତଳାପଲ୍ଲୀ (ବ୍ରହ୍ମପୁର)କୁ ଓଡ଼ିଶାର ଶ୍ରେଷ୍ଠ ମଲ୍ଟିସ୍ପେଶିଆଲିଟି ଇମର୍ଜିଂ ହସ୍ପିଟାଲ୍ ଭାବେ ସମ୍ମାନିତ କରାଯାଇଛି । ସେହିପରି ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ ଭୁବନେଶ୍ୱରର କାର୍ଡିଓଲୋଜି, ଅଙ୍କୋଲୋଜି, ନ୍ୟୁରୋଲୋଜି, ଗ୍ୟାଷ୍ଟ୍ରୋଏନ୍ଟେରୋଲୋଜି, ହେମାଟୋଲୋଜି ଏବଂ ନେଫ୍ରୋଲୋଜି ବିଭାଗକୁ ସେହି କ୍ୟାଟେଗୋରୀରେ ଓଡ଼ିଶାର ଶ୍ରେଷ୍ଠ ବିଭାଗ ଭାବେ ମାନ୍ୟତା ପ୍ରଦାନ କରାଯାଇଛି।
ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଭୁବନେଶ୍ୱରର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ଡା ପୁଷ୍ପରାଜ ସାମନ୍ତସିଂହାର, ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ କ୍ୟାମ୍ପସ ୨ ଫୁଲନଖରାର ମେଡିକାଲ୍ ସୁପରିଟେଣ୍ଡେଂଟ ପ୍ରଫେସର ଡା ରାଜେଶ କୁମାର ଲେଙ୍କା ଏବଂ ବିଶ୍ୱବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ସୁଶ୍ରୀ ଶୁଭଦର୍ଶିନୀ ମିଶ୍ର ଏହି ସମ୍ମାନ ଗ୍ରହଣ କରିଥିଲେ।
ଏହି ଅବସରରେ ଓଡ଼ିଆ ସମ୍ବାଦପତ୍ର ‘ପ୍ରମେୟ’କୁ ଓଡ଼ିଶାର ଏକ ନମ୍ବର ସମ୍ବାଦପତ୍ର ଭାବେ ସମ୍ମାନିତ କରାଯାଇଥିଲା । ଭାରତୀୟ ଶାସ୍ତ୍ରୀୟ ସଂଗୀତଜ୍ଞ ତଥା ସରୋଦ ବାଦକ ଶ୍ରୀ ଅମନ୍ ଅଲ୍ଲୀ ବଙ୍ଗସ୍ ଶ୍ରୀ ହୋତାଙ୍କୁ ଏହି ସମ୍ମାନ ପ୍ରଦାନ କରିଥିଲେ । ଟାଇମ୍ସ ଗ୍ରୁପ୍ ପକ୍ଷରୁ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଭିନ୍ନ ବର୍ଗର ସମ୍ମାନିତ ଅତିଥି ଯୋଗ ଦେଇଥିବା ବେଳେ ଭାରତୀୟ ଅଭିନେତ୍ରୀ ତଥା ପ୍ରଯୋଜିକା ଋତୁପର୍ଣ୍ଣା ସେନ୍ଗୁପ୍ତା ଚକ୍ରବର୍ତୀ ମଧ୍ୟ ସାମିଲ ହୋଇଥିଲେ। ଟାଇମ୍ସ ନେଟୱାର୍କର ଆସିଷ୍ଟାଂଟ ଭାଇସ୍ ପ୍ରେସିଡେଂଟ ତଥା ପୂର୍ବାଂଚଳର ଆଂଚଳିକ ମୁଖ୍ୟ ବିମନ୍ ଦତ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
Comments are closed.