Latest Odisha News

BREAKING NEWS

୨ ବର୍ଷରେ ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କୁ କାମୁଡ଼ିଲେଣି ବୁଲା କୁକୁର: ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ପାଉଛି ବୁଲା କୁକୁରଙ୍କ ଦୌରାତ୍ମ । ଗତ ଦୁଇ ବର୍ଷରେ ୫ ଲକ୍ଷରୁ ଅଧିକ ଲୋକଙ୍କୁ କାମୁଡ଼ିଲେଣି ବୁଲା କୁକୁର । ଆଜି ବିଧାନସଭାରେ ଏଭଳି ଚାଞ୍ଚଲ୍ୟକର ତଥ୍ୟ ରଖିଛନ୍ତି ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବିଧାୟକ କାଡ୍ରାକା ଆପାଲାସ୍ୱାମୀଙ୍କ ଏକ ପ୍ରଶ୍ନର ଉତ୍ତରରେ ଏହି ତଥ୍ୟ ଦେଇଛନ୍ତି ।

ମନ୍ତ୍ରୀ କହିଛନ୍ତି, ବୁଲା କୁକୁର ପ୍ରତି ସାବଧାନ । ରାସ୍ତାରେ ବୁଲୁଛନ୍ତି ୧୭ ଲକ୍ଷ ବୁଲା କୁକୁର । ବୁଲା କୁକୁରଙ୍କ ଉପଦ୍ରବରେ ଲୋକମାନେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି । ୨୦୨୨-୨୩ ଆର୍ଥିକ ବର୍ଷରେ ୮ଟି ସହରାଞ୍ଚଳରେ ୪୬୦୫ଟି କୁକୁରଙ୍କର ବନ୍ଧ୍ୟାକରଣ କରାଯାଇଥିଲା ।

ଚଳିତ ବର୍ଷ ଅର୍ଥାତ ଏଇ ୧୦ ମାସରେ ୨ ଲକ୍ଷ ୪୩ ହଜାର ୫୬୫ ଜଣ ଲୋକ କୁକୁର କାମୁଡ଼ାରେ ଶିକାର ହୋଇଛନ୍ତି । ସେହିପରି ଗତବର୍ଷ ୨ ଲକ୍ଷ ୬୦ ହଜାର ଲୋକ କୁକୁର କାମୁଡ଼ାର ଶିକାର ହୋଇଥିବା ମନ୍ତ୍ରୀ ଗୃହରେ ତଥ୍ୟ ରଖିଛନ୍ତି ।

Comments are closed.