ଗଂଜାମ: ଗଂଜାମରେ ସମସ୍ତ ଲୋକଙ୍କ ହେବ ସ୍ୱାସ୍ଥ୍ୟ ପରୀକ୍ଷା । କରୋନାର କୌଣସି ଲକ୍ଷଣ ଅଛି କି ନାହିଁ ସେ ନେଇ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା କରିବେ ଡାକ୍ତର । ଯାହାର ଥଣ୍ଡା, କାଶ କଫ କିମ୍ବା ଜ୍ୱର ଭଳି ଲକ୍ଷଣ ଥିବା ସେମାନଙ୍କର ସ୍ୱାସ୍ଥ୍ୟଗତ ଯାଂଚ କରାଯିବ । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି ।
ଆସନ୍ତା ୩ ଦିନ ମଧ୍ୟରେ ସମଗ୍ର ଜିଲ୍ଲାରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ । ଏନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ କହିଛନ୍ତି ।
ଦେଶର ବିଭିନ୍ନ ରାଜ୍ୟରେ ଗଂଜାମର ଶତାଧିକ ଶ୍ରମିକ କାମ କରୁଥିବା ବେଳେ କିଛି ଦିନ ତଳେ ଜିଲ୍ଲାକୁ ଫେରିଛନ୍ତି । ତେଣୁ ଜିଲ୍ଲାରେ ସଂକ୍ରମଣ ଆଶଙ୍କାରେ ଏଭଳି ପଦକ୍ଷେପ ନେଇଛି ଜିଳ୍ଲା ପ୍ରଶାସନ । ଏପରିକି କିଛି ଦିନ ତଳେ ଜିଲ୍ଲାରେ ସମସ୍ତେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ ବୋଲି ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି ।
BREAKING NEWS
- ଔଷଧ ଉପରେ ୧୦୦ ପ୍ରତିଶତ ଶୁଳ୍କ
- India attends UK meet: ହୋର୍ମୁଜ୍ ପାଇଁ ୬୦ରୁ ଅଧିକ ଦେଶ ହେଲେ ଏକତ୍ରିତ:ଭାରତ କହିଲା – ଆମେ ନାବିକମାନଙ୍କୁ ହରାଇଛୁ, ଉତ୍ତେଜନା ହ୍ରାସ ପାଇଁ…
- Nandankanan:ସୃଷ୍ଟି ହେଲା ନୂତନ ରେକର୍ଡ…ନନ୍ଦନକାନନରୁ ୨୬.୩୧ କୋଟିର ରାଜସ୍ୱ ସଂଗ୍ରହ
- Organ Donation: ପ୍ରାଣ ହରେଇବା ପରେ ବି ଅମର ହେଲେ ଚାଷୀ;ପ୍ରଶାସନ ପକ୍ଷରୁ ‘ଗାର୍ଡ ଅଫ ଅନର’ ପ୍ରଦାନ…
- କୋହଲିଙ୍କ ପରେ ରୋହିତଙ୍କୁ ପଛରେ ପକାଇଲେ ପାକିସ୍ତାନର ଏହି ବ୍ୟାଟ୍ସମ୍ୟାନ
- ଧମାକା କଲା ‘ରାମାୟଣ’ର ଟିଜର; ଭାବପ୍ରବଣ ହେଲେ ନିର୍ଦ୍ଦେଶକ କହିଲେ, ୭ ବର୍ଷର କଠିନ ପରିଶ୍ରମ…
- Kharazi ‘gravely wounded’:ଆମେରିକା-ଇସ୍ରାଏଲ ଆକ୍ରମଣରେ ଇରାନର ସର୍ବୋଚ୍ଚ ପରାମର୍ଶଦାତା ଖରାଜି ଗୁରୁତର
- ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ରାଜ୍ୟରେ ସକାଳୁଆ ସ୍କୁଲ ନିର୍ଦ୍ଦେଶ…
- ଆଇପିଏଲ: ୟେଶାଙ୍କୁ ଡେଟ କରୁଛନ୍ତି କି ସମୀର
- Unprecedented action: ରାଜନାଥ ସିଂହଙ୍କ ପାକିସ୍ତାନକୁ କଡା ଚେତାବନୀ; ‘ଅପରେସନ ସିନ୍ଦୂର ଏପର୍ଯ୍ୟନ୍ତ ଶେଷ ହୋଇନାହିଁ,ଦୁଃସାହସ କଲେ…’
Comments are closed.