ଗଂଜାମ: ଗଂଜାମରେ ସମସ୍ତ ଲୋକଙ୍କ ହେବ ସ୍ୱାସ୍ଥ୍ୟ ପରୀକ୍ଷା । କରୋନାର କୌଣସି ଲକ୍ଷଣ ଅଛି କି ନାହିଁ ସେ ନେଇ ଘର ଘର ବୁଲି ସ୍ୱାସ୍ଥ୍ୟ ପରୀକ୍ଷା କରିବେ ଡାକ୍ତର । ଯାହାର ଥଣ୍ଡା, କାଶ କଫ କିମ୍ବା ଜ୍ୱର ଭଳି ଲକ୍ଷଣ ଥିବା ସେମାନଙ୍କର ସ୍ୱାସ୍ଥ୍ୟଗତ ଯାଂଚ କରାଯିବ । ଏନେଇ ଗଂଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି ।
ଆସନ୍ତା ୩ ଦିନ ମଧ୍ୟରେ ସମଗ୍ର ଜିଲ୍ଲାରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ । ଏନେଇ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ କହିଛନ୍ତି ।
ଦେଶର ବିଭିନ୍ନ ରାଜ୍ୟରେ ଗଂଜାମର ଶତାଧିକ ଶ୍ରମିକ କାମ କରୁଥିବା ବେଳେ କିଛି ଦିନ ତଳେ ଜିଲ୍ଲାକୁ ଫେରିଛନ୍ତି । ତେଣୁ ଜିଲ୍ଲାରେ ସଂକ୍ରମଣ ଆଶଙ୍କାରେ ଏଭଳି ପଦକ୍ଷେପ ନେଇଛି ଜିଳ୍ଲା ପ୍ରଶାସନ । ଏପରିକି କିଛି ଦିନ ତଳେ ଜିଲ୍ଲାରେ ସମସ୍ତେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ ବୋଲି ମଧ୍ୟ ନିର୍ଦ୍ଦେଶନାମା ଜାରି କରାଯାଇଛି ।
BREAKING NEWS
- ରଣଜୀ ଟ୍ରଫି: କେରଳର ୪୦୪ ରନ୍ ଜବାବରେ ଓଡ଼ିଶା ୧୧୪/୩
- ତୀରନ୍ଦାଜ ଶୀତଳ ଦେବୀଙ୍କ ବିଶ୍ୱ ରେକର୍ଡ: ପାରା ଏସିଆନ୍ ଗେମ୍ସରେ ସୃଷ୍ଟି କଲେ ଇତିହାସ
- ଖସିଲା ସେନସେକ୍ସ, ନିବେଶକ ହରାଇଲେ ୪.୩ ଲକ୍ଷ କୋଟି…
- ବାଲିଯାତ୍ରା ପଡିଆରେ ନାବାଳକ ହତ୍ୟା ପଛରେ ତ୍ରିକୋଣୀୟ ପ୍ରେମ!
- ବିସିସିଆଇର ବଡ଼ ଘୋଷଣା; ପ୍ରଜ୍ଞାନ ଓଝା ଚୟନ କମିଟିର ଅଧ୍ୟକ୍ଷ…
- ରଣଜୀ ଟ୍ରଫି: ୭୮ ବର୍ଷ ପରେ ମିଜୋରମର ଚିନ୍ମୟଙ୍କ ୪୦୦ ରନର ଐତିହାସିକ ଇନିଂସ
- କକ୍ରୋଚକୁ ଟକ୍କର ଦେବ ଲାଲ୍ ହିଟ୍ ଜନତା ପାର୍ଟି…
- ଆସନ୍ତା ୨ ଦିନ ଯାଏଁ ଝଡ଼ବର୍ଷା ସମ୍ଭାବନା
- Maa Manikeswari’s Chhatar Yatra:ସଂପନ୍ନ ହେଲା ମା’ ମାଣିକେଶ୍ୱରୀଙ୍କ ଛତରଯାତ୍ରା; ବିଶ୍ୱାସ ନାଁରେ ପଡ଼ିଲା ହଜାର ହଜାର ବଳି
- ଟାଇଗର ଶ୍ରଫଙ୍କ ଉପରକୁ ଗୁଳିମାଡ ପରେ ବଢ଼ିଲା ସଲମାନଙ୍କ ସୁରକ୍ଷା

Comments are closed.