Latest Odisha News

[ଭିଡ଼ିଓ]ଘୋଡ଼ାରେ ଚଢ଼ି ସ୍ୱାଭିମାନ ଅଞ୍ଚଳ ବୁଲି ଦେଖିଲେ ପଞ୍ଚାୟତରାଜ ଉପସଚିବ ଓ ପ୍ରକଳ୍ପ ନିର୍ଦ୍ଦେଶକ

ମାଲକାନଗିରି: ଘୋଡ଼ାରେ ଚଢ଼ି ସ୍ୱାଭିମାନ ଅଞ୍ଚଳର ଉନ୍ନୟନ କାର୍ଯ୍ୟ ଦେଖିଲେ ପଞ୍ଚାୟତରାଜ ଉପସଚିବ ତ୍ରିଲୋଚନ ମହାନ୍ତି ଓ ପ୍ରକଳ୍ପ ନିର୍ଦ୍ଦେଶକ ବାଳମୁକୁନ୍ଦ ଭୂୟାଁ । ତାଙ୍କ ସହ ଚିତ୍ରକୋଣ୍ଡା ବିଡ଼ିଓ ରାହୁଲ ମଣ୍ଡଳ, ଚିତ୍ରକୋଣ୍ଡା ବନାଞ୍ଚଳ ଅଧିକାରୀ ଚନ୍ଦନ ଗମାଙ୍ଗ, ଚିତ୍ରକୋଣ୍ଡା ଏସଡ଼ିପିଓ ଅଂଶୁମାନ ଦ୍ୱିବେଦୀଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ ।

ଚିତ୍ରକୋଣ୍ଡା ନିକଟସ୍ଥ ରାଜଲକୋଣ୍ଡା ଫାର୍ମରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିଥିଲେ । ଏହାସହ ସ୍ୱାଭିମାନ ଅଞ୍ଚଳର ବଡ଼ପଡ଼ା ପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହିତ କାଜୁ ପ୍ଲାଣ୍ଟେସନ ଏବଂ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟ ତଥା ଚିତ୍ରକୋଣ୍ଡା ବନାଞ୍ଚଳ ଦ୍ୱାରା କରାଯାଇଥିବା ବିଭିନ୍ନ କାର୍ଯ୍ୟର ତଦାରଖ କରିଥିଲେ । ସ୍ୱାଭିମାନ ଅଞ୍ଚଳର ଦୁର୍ଗମ ଅଞ୍ଚଳରେ ପାଦ ଚଲା ରାସ୍ତାଥିବାରୁ ଘୋଡ଼ାରେ ବୁଲିଥିବା ଚିତ୍ର ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

Comments are closed.