Latest Odisha News

[ଦେଖନ୍ତୁ ଭିଡିଓ] ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି

ଭୁବନେଶ୍ୱର: ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି ଆଜି ନବୀନ ନିବାସ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ତାଙ୍କୁ ରାଷ୍ଟ୍ରପତି ଭାବେ ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ପ୍ରାର୍ଥିତ୍ୱକୁ   ସମର୍ଥନ କରିବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ, ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଝିଅ । ଓଡ଼ିଶାର ସ୍ୱାଭିମାନ । ତାଙ୍କ ପାଇଁ ପ୍ରତ୍ୟେକ ଓଡ଼ିଆ ଗର୍ବିତ । ଓଡ଼ିଶାର ସବୁ ଭୋଟ୍ ତାଙ୍କ ପାଖକୁ ଯିବା ଉଚିତ୍ ବୋଲି ମୁଖ୍ୟମନ୍ତ୍ରୀ କହିବା ସହ ତାଙ୍କୁ ଭୋଟ୍ ଦେବା ପାଇଁ ଅନୁରୋଧ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ସମ୍ମାନ ଜଣାଇ ଶ୍ରୀ ମୁଦୁଲି କହିଛନ୍ତି, ଶ୍ରୀମତୀ ମୁର୍ମୁ ଆମ ଆଦିବାସୀ ସମାଜର ଗର୍ବ ଓ ଗୌରବ । ତାଙ୍କୁ ସମର୍ଥନ ଦେଇ ମୁଁ ନିଜକୁ ଗୌରବାନ୍ୱିତ ମନେ କରୁଛି ।

Leave A Reply

Your email address will not be published.