ବରଗଡ଼: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ବରଗଡ଼ରେ କୋଭିଡ୍ କେୟାର ସେଣ୍ଟର ଉଦଘାଟିତ । ICU ଓ ଭେଣ୍ଟିଲେଟର ସୁବିଧା ଥିବା କୋଭିଡ୍ କେୟାର ସେଣ୍ଟରର ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭିଡିଓ କନଫରେନ୍ସିଂରେ ଉଦଘାଟିତ ହୋଇଛି । କୋଭିଡ୍ ରୋଗୀଙ୍କ ପାଇଁ ବିକାଶ ହସ୍ପିଟାଲରେ ୧୦୦ ସ୍ୱତନ୍ତ୍ର ଶଯ୍ୟାର ବ୍ୟବସ୍ଥା ହୋଇଛି ।
ପଶ୍ଚିମ ଓଡ଼ିଶାର 10ଟି ଜିଲ୍ଲା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ଼ -19 ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଥିବା ବେଳେ ବରଗଡ଼ରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ସୁବିଧା ଦ୍ୱାରା ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ । pic.twitter.com/9tuPD15f8A
— Dharmendra Pradhan (@dpradhanbjp) May 7, 2021
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ପଶ୍ଚିମ ଓଡ଼ିଶାର ୧୦ଟି ଜିଲ୍ଲା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବୌଦ୍ଧ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ୁଥିବା ବେଳେ ବରଗଡ଼ରେ ଆରମ୍ଭ ହୋଇଥିବା ଏହି ଅତ୍ୟାଧୁନିକ ସୁବିଧା ଦ୍ୱାରା ଲୋକମାନେ ବିଶେଷ ଭାବେ ଉପକୃତ ହୋଇପାରିବେ ।
କର୍ପୋରେଟ୍ ଅନୁଷ୍ଠାନ ମାନେ ଟେଷ୍ଟିଂ ବଢାଇବା, ନିଜ ବ୍ୟବସ୍ଥାରେ ଟିକାକରଣ ସୁବିଧା କରିବା, ଭେଣ୍ଟିଲେଟର, ଅମ୍ଳଜାନ ଯୋଗାଣ, ଆଇସିୟୁ ସହ ବେଡ୍ ବ୍ୟବସ୍ଥା ତଥା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ମେଡ଼ିକାଲ ଉପକରଣର ଉପଲବ୍ଧିକୁ ବିକଶିତ କରି ବର୍ତ୍ତମାନ କୋଭିଡ୍ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । କାର୍ଯ୍ୟକ୍ରମରେ ସାଂସଦ ସୁରେଶ ପୂଜାରୀ, ପ୍ରସନ୍ନ ଆଚାର୍ଯ୍ୟ, ବିଧାୟିକ ସ୍ନେହାଙ୍ଗିନୀ ଛୁରିଆ, ବରଗଡ଼ ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।
Comments are closed.