Latest Odisha News

ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ

ପୁରୀ: ପୁରୀ ବାସୀଙ୍କୁ ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଲୋକାର୍ପିତ ହୋଇଛି । ଏଣିକି ପ୍ରତ୍ୟେକ ପରିବାରକୁ ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ଉଚ୍ଚ ମାନର ବିଶୁଦ୍ଧ ପାନୀୟ ଜଳ ମିଳିବାରେ ଦେଶର ପ୍ରଥମ ସହରର ସ୍ଥାନ ନେଇଛି ପୁରୀ । ଆଜି ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଶୃଙ୍ଖଳିତ ରଥଯାତ୍ରା ପାଇଁ  ଧନ୍ୟବାଦ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପୁରୀବାସୀଙ୍କୁ ଘରେ ଏବେ ଫିଲଟର ରଖିବା ଦରକାର ନାହିଁ, ଟ୍ୟାପରୁ ମିଳିବ ସ୍ୱଚ୍ଛ ପାଣି । ସାରା ଦେଶରେ ଏହି ଯୋଜନା ପ୍ରଥମ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।  ଏହି ଯୋଜନା ପରେ ଏବେ ପୁରୀରେ ପର୍ଯ୍ୟଟକ ଆଉ ପାଣି ବୋତଲ ଧରି ବୁଲିବେ ନାହିଁ । ସହରର ପ୍ରତି ସ୍ଥାନରେ ପାଣି ଟ୍ୟାପର ବ୍ୟବସ୍ଥା କରାଯାଇଛି।

ଏହି ଅବସରରେ ମିଶନ ଶକ୍ତିର ମା’ମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଆଶୀର୍ବାଦରୁ ଶ୍ରୀକ୍ଷେତ୍ର ଯୋଜନା ଆଗେଇ ଚାଲିଛି । ପୁରୀ ସହରର ଅଢେଇ ଲକ୍ଷ ବାସିନ୍ଦା ୨୪ ଘଣ୍ଟା ଟ୍ୟାପ୍‌ ଯୋଗେ ବିଶୁଦ୍ଧ ପାନୀୟ ଜଳ ପାଇବେ । ଏହି ଯୋଜନାରେ ଅଧ୍ୟତ୍ମିକ ନଗରୀ ପୁରୀ କୁ ଆସୁଥିବା ବାର୍ଷିକ ୨ କୋଟି ପର୍ଯ୍ୟଟକ ମଧ୍ୟ ଉପକୃତ ହେବେ। । ଏପରି ସଫଳତା ହାସଲ କ୍ଷେତ୍ରରେ ପୁରୀ ସାରା ଦେଶରେ ହେଉଛି ପ୍ରଥମ ସହର। ଏହି ଯୋଜନା ପରେ ପୁରୀ ସହରରେ ବାର୍ଷିକ ୪୦୦ ମେଟ୍ରିକ ଟନ୍‌ର ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ହ୍ରାସ ହୋଇପାରିବ। ରାଜ୍ୟ ସରକାରଙ୍କ ୫-T ଯୋଜନା ଅଧୀନରେ ଆଗାମୀ ୧୬ଟି ସହରର ୪୦ ଲକ୍ଷ ବାସିନ୍ଦାଙ୍କ ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍‌ ଯୋଜନାର କାର୍ଯ୍ୟକାରୀ ହେବାକୁ ଯାଉଛି ।

Leave A Reply

Your email address will not be published.