ନୂଆଦିଲ୍ଲୀ: ଦେଶରେ ଅଚାନକ ବଢ଼ିଛି କରୋନା କାୟା । ଗତ ସପ୍ତାହେ ହେବ ନିୟମିତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହାକ ଦୃଷ୍ଟିରେ ରଖି ସତର୍କ ରହିବା ପାଇଁ ସବୁ ରାଜ୍ୟକୁ ଚିଠି ଲେଖିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛି । RT-PCR ଟେଷ୍ଟିଂ କ୍ଷମତା ବଢ଼ାଇବାକୁ କହିଛନ୍ତି କେନ୍ଦ୍ର ସରକାର । ସର୍ଭେଲାନ୍ସକୁ କଡ଼ାକଡ଼ି କରିବା ପାଇଁ କୁହାଯାଇଛି । ଏହାସହ କନେଣ୍ଟନମେଣ୍ଟକୁ ବି ଅଧିକ କଡ଼ାକଡ଼ି କରିବାକୁ କହିଛି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ।

ବିଶେଷ କରି ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ପଞ୍ଜାବ ଓ ଜମ୍ମୁ କଶ୍ମୀରରେ ସଂକ୍ରମଣ ଗତ କିଛ ଦିନରେ ଉପରମୁହାଁ ହୋଇଛି । ଦେଶର ମୋଟ୍ ଆକ୍ଟିଭ୍ କେସରେ ୭୪ ପ୍ରତିଶତ କେବଳ କେରଳ ଓ ମହାରାଷ୍ଟ୍ରରୁ ଅଛନ୍ତି । ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରତିଷେଧକମୂଳକ ପଦକ୍ଷେପ ନେବା ପାଇଁ ସବୁ ରାଜ୍ୟକୁ ପରାମର୍ଶ ଜାରି କରିଛନ୍ତି କେନ୍ଦ୍ର ସରାକର ।
BREAKING NEWS
- ୫୪ ବର୍ଷରେ ବରିଷ୍ଠ ସାମ୍ବାଦିକ ବିଭୂତି ପତିଙ୍କ ଦେହାନ୍ତ
- ଗୁଳିମାଡ଼ ଘଟଣା ପରେ ଏକନାଥ ସିନ୍ଧେଙ୍କ ଆଗରେ କଣ କହିଲେ ଟାଇଗର ?
- ବଲିଉଡ ଅଭିନେତା ଟାଇଗର ଶ୍ରଫ୍ଙ୍କୁ ଗୁଳିମାଡ଼ ଘଟଣା: ୧୬ ଘଣ୍ଟା ଭିତରେ ୩ ଅଭିଯୁକ୍ତ ଗିରଫ
- ସୁଜାତା କାର୍ତ୍ତିକେୟନଙ୍କ ଡିପ୍ଫେକ୍ ଭିଡିଓକୁ ନେଇ ରାଜନୀତି ସରଗରମ; କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି
- ଆମ୍ବୁଲାନ୍ସ ଦୁର୍ଘଟଣାରେ ଆଈ ଓ ନାତୁଣୀ ମୃତ, ୨ ଜଣ ଗୁରୁତର
- ସାମାନ୍ୟ ବଚସାରୁ ଗୋଷ୍ଠୀ ସଂଘର୍ଷ, ୩ ଗୁରୁତର ୨ ଆହତ
- ଟାଇଗର ଶ୍ରଫଙ୍କ ଉପରେ ଗୁଳିମାଡ଼: ସେଲିବ୍ରିଟିଙ୍କ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିବେ ମହାରାଷ୍ଟ୍ର ସରକାର; କାର୍ଯ୍ୟାନୁଷ୍ଠାନ ଦାବି କଲା AICWA
- ୧୭ରୁ ଅଧିକ ମାମଲାରେ ସଂପୃକ୍ତ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦକୁ ଏନ୍କାଉଣ୍ଟର
- Weather Update: ଦଶହରାରେ ଖରାପ ହେବନି ପାଣିପାଗ, ବର୍ଷାରେ ଭିଜିପାରେ କୁମାର ପୂର୍ଣ୍ଣିମା
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…

Comments are closed.