ବର୍ମିଂହାମ: ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତୀୟ ମହିଳା ହକି ଟିମ ବ୍ରୋଞ୍ଜ ପଦକ ହାସଲ କରିବାରେ ସଫଳ ହୋଇଛି । ଏଥିପାଇଁ ଅବଶ୍ୟ ହକି ପ୍ରେମୀଙ୍କୁ ୧୬ ବର୍ଷ ଅପେକ୍ଷା କରିବାକୁ ପଡିଥିଲା । ନ୍ୟୁଜିଲାଣ୍ଡ ବିପକ୍ଷ ବ୍ରୋଞ୍ଜ ପଦକ ମୁକାବିଲା ବେଶ ସଂଘର୍ଷପୂର୍ଣ୍ଣ ହୋଇଥିଲା । ନିର୍ଦ୍ଧାରିତ ସମୟରେ ଉଭୟ ଦଳ ଗୋଟିଏ ଲେଖାଁଏ ଗୋଲ ସ୍କୋର କରିଥିଲେ । ନିର୍ଦ୍ଧାରିତ ସମୟ ଶେଷ ହେବା ଠିକ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଲ କରିଥିଲା । ପେନାଲ୍ଟି ଶୁଟଆଉଟରେ ଭାରତ ୨-୧ରେ ବାଜି ମାରିଥିଲା । ଗୋଲକିପର ସବିତା ଶୁଟଆଉଟରେ ୪ଟି ଗୋଲ ବଂଚାଇବାରେ ସଫଳ ହୋଇଥିଲେ । ୨୦୦୨ରେ ଭାରତ ରାଜ୍ୟଗୋଷ୍ଠୀ କ୍ରୀଡାରେ ସ୍ୱର୍ଣ୍ଣ ଓ ୨୦୦୬ରେ ରୌପ୍ୟ ପଦକ ଜିତିଥିଲା । ଭାରତ ଏବଂ ନ୍ୟୁଜିଲାଣ୍ଡ ପୂର୍ବରୁ ସେମିଫାଇନାଲରେ ସେମାନଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ପେନାଲ୍ଟି ଶୁଟ ଆଉଟରେ ହାରିଥିଲେ । ଭାରତ ପୁଲ ପର୍ଯ୍ୟାୟରେ ୪ରୁ ୩ ମ୍ୟାଚ ଜିତିଥିଲା ।
BREAKING NEWS
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
- Pakistan Imposes ‘Smart Lockdown’:ପାକିସ୍ତାନରେ ଲାଗିଲା ‘ସ୍ମାର୍ଟ ଲକଡାଉନ୍’, ବଡ଼ ଘୋଷଣା କଲେ ଶାହାବାଜ୍ ସରକାର
- ଯାଜପୁରରେ ଫୁଟିଲା ଗୁଳି, ଚିକିତ୍ସାଧୀନ ଅବସ୍ଥାରେ ଯୁବକ ମୃତ
- Saudi-Bahrain bridge closed: ଟ୍ରମ୍ପଙ୍କ ଧମକ ପରେ ଇସ୍ରାଏଲକୁ ଇରାନର ଚେତାବନୀ, ବନ୍ଦ୍ ହେଲା ସାଉଦି-ବାହରିନ ସେତୁ
- Virat Kohli Seen ‘Dhurandhar 2’ : ‘ଦେଖିନଥିଲି ଏମିତି ସିନେମା…’, ରଣବୀର ସିଂହଙ୍କ ‘ଧୁରନ୍ଧର ୨’ ଦେଖି ପୁରା ଫିଦା ବିରାଟ କୋହଲି
Comments are closed.