ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂତନ ମନ୍ତ୍ରୀମଣ୍ଡଳର ଶପଥ ଗ୍ରହଣ ବେଳେ କ୍ୟାବିନେଟ୍ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଗୃହ ବିଭାଗର ସ୍ୱାଧୀନ ଦାୟିତ୍ୱ ପ୍ରଦାନ କରାଯାଇଥିଲା । ତେବେ ଏହି ଦାୟିତ୍ୱକୁ ତାଙ୍କ ଠାରୁ ଅପସାରଣ କରାଯାଇ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ମଧ୍ୟମ ଉଦ୍ୟୋଗ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ଅର୍ପଣ କରାଯାଇଛି ।
ସାମ୍ବିଧାନିକ ନିୟମାନୁଯାୟୀ କୌଣସି କ୍ୟାବିନେଟ୍ ମନ୍ତ୍ରୀ ରାଷ୍ଟ୍ରମନ୍ତ୍ରୀଙ୍କର ଏକାଧିକ ବିଭାଗ ରଖିପାରିବେ ନାହିଁ ।
କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ପାଇଥିବା ପ୍ରଫୁଲ୍ଲ ମଲ୍ଲିକଙ୍କ ହାତରେ ଇସ୍ପାତ, ଖଣି ଓ ପୂର୍ତ୍ତ ବିଭାଗ ରହିଛି ।
Comments are closed.