Latest Odisha News

ସମ୍ବିଧାନକୁ ୭୬ ବର୍ଷ, ଦେଶ ପାଳୁଛି ଗଣତନ୍ତ୍ରର ମହାନ ପର୍ବ

ନୂଆଦିଲ୍ଲୀ: ସମ୍ବିଧାନକୁ ପୁରିଲା ୭୬ ବର୍ଷ । ଆଜି ଦେଶ ପାଳୁଛି ୭୬ ତମ ସାଧାରଣତନ୍ତ୍ର ବା ଗଣତନ୍ତ୍ର ଦିବସ । ଦିଲ୍ଲୀଠୁ ପଲ୍ଲୀ ସବୁଠି ଉଡୁଛି ତ୍ରିରଙ୍ଗା । ସବୁଠି ଗୁଞ୍ଜରିତ ହେଉଛି ଜାତୀୟ ସଙ୍ଗୀତ । ଜାତୀୟ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ସଜେଇ ହୋଇଛି ଦିଲ୍ଲୀର କର୍ତ୍ତବ୍ୟ ପଥ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ସମାରୋହରେ ସାମିଲ ହୋଇ ଜାତୀୟ ପତାକା ଉତ୍ତୋଳନ କରିବେ । ସେହିପରି ମୁଖ୍ୟ ଅତିଥି ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷାମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସମାରୋହରେ ସାମିଲ ହୋଇଛନ୍ତି । ପତାକା ଉତ୍ତୋଳନ ପରେ ଗୋଟିଏ ପରେ ଗୋଟିଏ ପ୍ରଜ୍ଞାପନ ମେଢ ପ୍ରଦର୍ଶିତ ହେବ । ପରେ ପରେଡ ପ୍ରଦର୍ଶିତ ହେବ ।

୧୯୫୦ ମସିହା ଆଜିର ଦିନରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନକୁ ସ୍ମରଣୀୟ କରିବା ପାଇଁ ପ୍ରତିବର୍ଷ ଆଜିର ଦିନକୁ ଗଣତନ୍ତ୍ର ଦିବସ ଭାବେ ପାଳନ କରାଯାଏ । ଦିଲ୍ଲୀର କର୍ତ୍ତବ୍ୟ ପଥରେ ଆଜି ଶକ୍ତି, ଶୌର୍ଯ୍ୟ ଓ ସଂସ୍କୃତିର ପ୍ରଦର୍ଶନ କରିବ ଭାରତ । ତେବେ ଚଳିତବର୍ଷର ଥିମ୍ ରହିଛି ‘ସ୍ବର୍ଣ୍ଣିମ ଭାରତ: ବିରାସତ ଓ ବିକାଶ’ । ସାଧାରଣତନ୍ତ୍ର ଦିବସ ପରେଡରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ପ୍ରଥମ ଥର ପାଇଁ ଭାରତ ଗସ୍ତରେ ଆସିଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରାବୋଓ୍ୱୋ ସୁବିଆନ୍ତୋ।

ସାଧାରଣତନ୍ତ୍ର ଦିବସ ପାଇଁ ଦିଲ୍ଲୀରେ ଅଭେଦ୍ୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ୭୦ରୁ ଅଧିକ କମ୍ପାନି ଅର୍ଦ୍ଧସାମରିକବଳ ଏବଂ ୧୫ ହଜାର ପୋଲିସକର୍ମୀ ରାଜଧାନୀକୁ ଜଗିବେ । ସେପଟେ ସାଧାରଣତନ୍ତ୍ର ଦିବସର ଅବ୍ୟବିହତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଭାରତ ସାରା ବିଶ୍ବର ନେତୃତ୍ବ କରୁଛି ।  ସମ୍ବିଧାନ ଆମକୁ ସାମୁହିକ ପରିଚୟ ଦେଉଛି । ଏହା ଆମକୁ ଗୋଟିଏ ପରିବାରରେ ବାନ୍ଧି ରଖୁଛି ବୋଲି କହିଛନ୍ତି ରାଷ୍ଟ୍ରପତି ।

 

Comments are closed.