Latest Odisha News

BREAKING NEWS

ଦେଶରେ ଗତ ୨୪ ଘଣ୍ଟାରେ ୨୨ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଏକ କୋଟିରେ ପହଞ୍ଚିଛି। ତେବେ ଦେଶର ୯୫ ଲକ୍ଷରୁ ଅଧିକ ଲୋକ ମଧ୍ୟ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୨ ହଜାରରୁ ଅଧିକ କରୋନା ମାମଲା ରିପୋର୍ଟ ହୋଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସଦ୍ୟତମ ତଥ୍ୟ ଅନୁଯାୟୀ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨,୮୮୯ ଟି କରୋନା ମାମଲା ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୩୮ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏକ କୋଟିରେ ପହଞ୍ଚିଛି। ଦେଶରେ ଏପର୍ଯ୍ୟନ୍ତ ୯୯ ଲକ୍ଷ ୭୯ ହଜାର ୪୪୭ ମାମଲା ରୁଜୁ ହୋଇଛି। ଦେଶରେ କରୋନାର ୩ ଲକ୍ଷ ୧୩ ହଜାର ୮୩୧ ସକ୍ରିୟ ମାମଲା ରହିଛି। ଏହା ବ୍ୟତୀତ, ବର୍ତ୍ତମାନ ପର୍ଯ୍ୟନ୍ତ କରୋନାରୁ ସୁସ୍ଥ ହୋଇଥିବା ରୋଗୀଙ୍କ ସଂଖ୍ୟା ୯୫ ଲକ୍ଷ ୨୦ ହଜାର ୮୨୭ କୁ ବୃଦ୍ଧି ପାଇଛି। ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୪ ହଜାର ୭୮୯ରେ ଛୁଇଁଛି।

Leave A Reply

Your email address will not be published.