ନୂଆଦିଲ୍ଲୀ: ଦେଶରେ ଆଜି କମିଛି ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା । କିନ୍ତୁ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୯୪ ଲକ୍ଷ ପାର କରିଛି । ଗତ ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୩୮ ହଜାର ୭୭୨ ନୂଆ ଆକ୍ରାନ୍ତ । ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୪ଲକ୍ଷ ୩୧ହଜାର ୬୯୨କୁ ବୃଦ୍ଧି ପାଇଛି ।
କରୋନା ମୃତ୍ୟୁହାର ୧.୪୫%
ଦେଶରେ କରୋନା ଜନିତ ମୃତ୍ୟୁସଂଖ୍ୟା ବଢୁଛି । ଗତ ୨୪ ଘଣ୍ଟାରେ ଆଉ ୪୪୩ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ବର୍ତ୍ତମାନ ସୁଦ୍ଧା ମହାମାରୀରେ ମୃତ୍ୟୁବରଣ କଲେଣି ୧ ଲକ୍ଷ ୩୭ ହଜାର ୧୩୯ ଆକ୍ରାନ୍ତ । ଦେଶରେ ମୃତ୍ୟୁହାର ରହିଛି ୧.୪୫% ।
୯୩.୮% ଆକ୍ରାନ୍ତ ସୁସ୍ଥ
ଗତ ୨୪ ଘଣ୍ଟାରେ ଆକ୍ରାନ୍ତଙ୍କ ଅପେକ୍ଷା ଅଧିକ ସୁସ୍ଥ ହୋଇଛନ୍ତି । ଦିନକରେ ଆରୋଗ୍ୟ ଲାଭ କରିଛନ୍ତି ୪୫ ହଜାର ୩୩୩ ଆକ୍ରାନ୍ତ । ଏହାକୁ ମିଶାଇ ସୁସ୍ଥ ସଂଖ୍ୟା ୮୮ଲକ୍ଷ ୪୭ହଜାର ୬୦୦କୁ ବୃଦ୍ଧି ପାଇଛି । ଦେଶରେ ଆରୋଗ୍ୟ ହାର ରହିଛି ୯୩.୮୧ପ୍ରତିଶତ । ଏବେ ୪ଲକ୍ଷ ୪୬ହଜାର ୯୫୨ଟି ଆକ୍ଟିଭ୍ କେସ୍ ରହିଛି ।
BREAKING NEWS
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ
- Maa Manikeswari’s Chhatra Yatra:ପ୍ରସିଦ୍ଧ ଛତରଯାତ୍ରା ପାଇଁ ପ୍ରସ୍ତୁତ ଭବାନୀପାଟଣା;ନଜର ରଖିବ ୨୫ଟି ସିସିଟିଭି,ଡ୍ରୋନ୍
- ହାର୍ଦ୍ଦିକଙ୍କ ବିକଳ୍ପ ଖୋଜିବା ବନ୍ଦ କରିବାକୁ ପୂର୍ବତନ ଅଧିନାୟକ ଗାଭାସ୍କରଙ୍କ ଟିମ୍ ଇଣ୍ଡିଆକୁ ପରାମର୍ଶ
- ଖୋର୍ଦ୍ଧାରୁ ୫୫୦୦ ବୋତଲ କୋରେକ୍ସ ସହ ୧୦ ଗିରଫ
- Internet Restriction: ‘ସୁରକ୍ଷା ସହ ସ୍ୱାଧୀନତା ବି ନିହାତି ଜରୁରୀ’, ପିଲାଙ୍କ ଇଣ୍ଟରନେଟ୍ ବ୍ୟାନ୍କୁ ସୁପ୍ରିମକୋର୍ଟଙ୍କ ନା!
- Kolkata Stampede Odisha Alert: କୋଲକାତା ଦଳାଚକଟା ଦେଖି ଓଡ଼ିଶା ପୋଲିସ ମନରେ ଛନକା! ଆଗୁଆ ଭିଡ଼ିଲେ ଅଣ୍ଟା, ପୂଜା ମଣ୍ଡପରେ କଡ଼ା ସୁରକ୍ଷା…

Comments are closed.