ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା କାୟା । ପ୍ରତିଦିନି ୮୦ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ୬୦ ଲକ୍ଷ ପାର କରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ୮୨ ହଜାର ୧୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୬୦ ଲକ୍ଷ ୭୪ ହଜାର ୭୦୩କୁ ବୃଦ୍ଧି ପାଇଛି ।

କରୋନା ନେଲାଣି ୯୫ ହଜାର ଜୀବନ
ସେହିପରି ଦେଶରେ ୯୫ ହଜାର ପାର କରିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୧ ହଜାର ୩୯ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ୯୫ ହଜାର ୫୪୨ରେ ପହଞ୍ଚିଛି ମୃତ୍ୟୁସଂଖ୍ୟା । ଦେଶରେ କରୋନା ମୃତ୍ୟୁହାର ରହିଛି ୧.୫୭% ।
ସୁସ୍ଥ ସଂଖ୍ୟା ୫୦ ଲକ୍ଷ ପାର

ସଂକ୍ରମଣ ବଢୁଥିଲେ ବି ଅଧିକ ଆକ୍ରାନ୍ତ ସୁସ୍ଥ ହେଉଛନ୍ତି । ଦେଶରେ ୫୦ ଲକ୍ଷ ପାର କରିଛି ସୁସ୍ଥଙ୍କ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା ୫୦ ଲକ୍ଷ ୧୬ ହଜାର ୫୨୧ ଆକ୍ରାନ୍ତ ଆରୋଗ୍ୟ ଲାଭ କଲେଣି । ଅର୍ଥାତ ଦେଶରେ ସୁସ୍ଥତା ହାର ରହିଛି ୮୨.୫୮% । ୧୧ ଦିନ ଭିତରେ ଶେଷ ୧୦ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଦେଶରେ ଆକ୍ଟିଭ କେସ୍ ରହିଛି ୯ ଲକ୍ଷ ୬୨ ହଜାର ୬୪୦ ।
BREAKING NEWS
- ଦୁର୍ଗାପୂଜା ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ କେନ୍ଦ୍ରାଞ୍ଚଳ ଆଇଜି; ୧,୨୪୩ଟି ପୂଜା ମଣ୍ଡପରେ…
- ଲସ୍ ଆଞ୍ଜେଲସରେ ହେବ ‘ରାମାୟଣ’ର ୱାର୍ଲ୍ଡ ପ୍ରିମିୟର
- ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ ଠାକରେଙ୍କୁ ମୁମ୍ବାଇର ‘ଶିବତୀର୍ଥ’ ବାସଭବନରେ ଭେଟିଲେ ଅଭିନେତା ଆମିର ଖାଁ
- ରଣଜୀ ଟ୍ରଫି: ଓଡ଼ିଶାର ଭଲ ଆରମ୍ଭ ପରେ ମଜବୁତ ସ୍ଥିତିକୁ ଫେରିଲା କେରଳ, ସଚିନ୍ ବେବିଙ୍କ ଶତକ
- ବଲିଉଡ ଅଭିନେତା ଟାଇଗର ଶ୍ରଫଙ୍କ କାରକୁ ଗୁଳିମାଡ଼
- ଦକ୍ଷିଣ ଆଫ୍ରିକା-ଅଷ୍ଟ୍ରେଲିଆ ୨ୟ ଟେଷ୍ଟ୍ରେ ୧୦୦ ବର୍ଷର ଐତିହାସିକ ରେକର୍ଡ
- ଶୀତଳା ମାତା ମନ୍ଦିର ଦୁର୍ଘଟଣା; ଡ୍ରାଇଭରଙ୍କୁ ଜଣାନଥିଲା ରାସ୍ତା, ଗୁଗୁଲ୍ ମ୍ୟାପ୍ ପାଇଁ…
- ପ୍ରାଚୀନ ମିଶରରେ ବିରାଡ଼ିଙ୍କୁ ମାରିଲେ ମିଳୁଥିଲା ମୃତ୍ୟୁଦଣ୍ଡ — ଜାଣନ୍ତୁ କାହିଁକି ରହିଥିଲା ଏଭଳି କଡ଼ା କାନୁନ୍?
- ବାଲିଯାତ୍ରା ପଡ଼ିଆ ନିକଟରୁ ନାବାଳକ ମୃତଦେହ ଉଦ୍ଧାର, ହତ୍ୟା ଷଡ଼ଯନ୍ତ୍ର…
- ଭାରତ ସିରିଜ୍ରୁ ୨୮୫ କୋଟି ଟଙ୍କା ରୋଜଗାର, କିନ୍ତୁ ୱେଷ୍ଟଇଣ୍ଡିଜ୍ ପାଇବ ଶୂନ

Comments are closed.