Latest Odisha News

BREAKING NEWS

ଦେଶରେ ୫୬ ଲକ୍ଷ ଡେଇଁଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନାକୁ ଲାଗୁନି ଲଗାମ । ପୁଣି ଗତ ୨୪ ଘଂଟା ଭିତରେ ୮୩,୩୪୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୬ ଲକ୍ଷ ୪୬ ହଜାର ୦୧୦ରେ ପହଂଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି । ଏହା ସହ ୨୪ଘଣ୍ଟାରେ ୧୦୮୫ଜଣ ମୃତ୍ୟୁବରଣ କରିଛନ୍ତି।

ଏହା ମଧ୍ୟରୁ ୯୬୮୩୭୭ଜଣ ସକ୍ରିୟ ସଂକ୍ରମିତ ଥିବାବେଳେ ମୃତ୍ୟୁସଂଖ୍ୟା ୯୦୦୨୦ ରହିଛି । ତେବେ ଶୁଭ ସୂଚନା ହେଉଛି ଦେଶର ମୋଟ ଆରୋଗ୍ୟ ସଂଖ୍ୟା ୪୫,୮୭୬,୧୩ରେ ପହଞ୍ଚିଛି । ଏହି ସଂଖ୍ୟାକୁ ମିଶାଇ ଦେଶରେ ମୃତ୍ୟୁ ହାର ୧.୫୯% ରହିଥିବା ବେଳେ ଆରୋଗ୍ୟ ହାର ୮୧.୨୫% ରହିଛି।

ନୂତନ ସୁସ୍ଥ ସଂଖ୍ୟାକୁ ମିଶାଇ ଭାରତ ଏବେ ବିଶ୍ବରେ ଆଗରେ ରହିଛି। ତା’ ପଛକୁ ରହିଛି ଆମେରିକା। ଆମେରିକାରେ ବର୍ତ୍ତମାନ ୭,୦୯୭,୯୩୭ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ସେ ମଧ୍ୟରୁ ୪,୩୪୬,୧୧୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Leave A Reply

Your email address will not be published.