Latest Odisha News

BREAKING NEWS

ଆଜି ଦେଶ ପାଳୁଛି ୭୨ ତମ ଗଣତନ୍ତ୍ର ଦିବସ

ଭୁବନେଶ୍ୱର: ଆଜି ହେଉଛି ୭୨ ତମ ସ୍ୱତନ୍ତ୍ରତା ଦିବସ । ୧୯୫୦ ଜାନୁଆରୀ ୨୬ ତାରିଖରେ ବ୍ରିଟିଶ ସାମ୍ବିଧାନିକ ବ୍ୟବସ୍ଥାର ଅପସାରଣ ହୋଇ ଭାରତ ଏକ ସାର୍ବଭୌମ ଗଣତାନ୍ତ୍ରିକ ରାଷ୍ଟ୍ରରେ ପରିଣତ ହେବା ସହ ଏକ ଲିଖିତ ସମ୍ବିଧାନ କାର୍ଯ୍ୟକାରୀ ହୋଇଥିଲା । ଏହି ଦିନଟିକୁ ସାଧାରଣତନ୍ତ୍ର ଦିବସ ରୂପେ ପାଳନ କରାଯାଇ ଆସୁଛି।

୧୫ ଅଗଷ୍ଟ ୧୯୪୭ରେ ଭାରତ ସ୍ୱାଧୀନତା ଲାଭ କରିଥିଲା । ଇଂଲଣ୍ଡର ପାର୍ଲିଆମେଣ୍ଟରେ ଭାରତୀୟ ସ୍ୱାଧୀନତା ଆକ୍ଟ ୧୯୪୭ (୧୦ ଓ ୧୧ ଜିଇଓ ୬ ସି ୩୦) ବଳରେ ବ୍ରିଟିସ ଭାରତ ଦ୍ୱିଖଣ୍ଡିତ ହୋଇ ଦୁଇଟି ନୂଆ ଦେଶ ଭାରତ ଓ ପାକିସ୍ଥାନରେ ବିଭକ୍ତ ହୋଇ କମନ‌ୱେଲ୍ଥ ନେସନରେ ସଂଯୁକ୍ତ ହେଲା । ୧୫ ଅଗଷ୍ଟ ୧୯୪୭ ଦିନଠାରୁ ଜର୍ଜ୬ ଭାରତର ମୂଖ୍ୟ ହେଲେ

ମାଉଣ୍ଟ ବ୍ୟଟେନ ପ୍ରଥମ ଗଭର୍ନର ଜେନେରାଲ ହେଲେ ଯାହାକୁ କନସ୍ଟିଚ୍ୟୁସନାଲ ମୋନାର୍କି କୁହା‌ଯାଉଥିଲା । ସେତେବେଳେ ପରିବର୍ତ୍ତିତ କଲୋନିଆଲ ଗଭର୍ନମେଣ୍ଟ ଇଣ୍ଡିଆ ଆକ୍ଟ, ୧୯୩୫ ଦ୍ୱାରା ଭାରତର ଶାସନ ପରିଚାଳିତ ହେଉଥିଲା ।

ତାପରେ ଭାରତର ସଂବିଧାନ ତିଆରି କରିବା ନିମନ୍ତେ ୨୮ ଅଗଷ୍ଟ ୧୯୪୭ରେ ଗୋଟିଏ ଚିଠା କମିଟି ତିଆରି କରାଗଲା ଯାହାର ଚେୟାରମ୍ୟାନ ବା ମୂଖ୍ୟ ବି ଆର ଆମ୍ବେଦକର ଥିଲେ । ଶେଷରେ ୨୪ ଜାନୁଆରି ୧୯୫୦ ତାରିଖ ଦିନ ଏହି ଚିଠା ପ୍ରସ୍ତାବର ଇଂରାଜୀ ଓ ହିନ୍ଦିରେ ଲିଖିତ ଦୁଇ କପି ଉପରେ ୩୦୮ ସଦସ୍ୟ ଦସ୍ତଖତ କଲେ । ଏହି ସମ୍ବିଧାନ ଜା‌ନୁଆରୀ ୨୬, ୧୯୫୦ ତାରିଖ ଦିନ ବଳବତ୍ତର ହେଲା ଯାହାକୁ ଆମେ ସାଧାରଣତନ୍ତ୍ର ଦିବସ ଭାବରେ ପାଳନ କରୁଛୁ ।

Leave A Reply

Your email address will not be published.