Latest Odisha News

BREAKING NEWS

ଚିନ୍ତା ବଢ଼ାଉଛି କରୋନା ! ଦେଶରେ ୧୦ହଜାର୯୩ ଓ ରାଜ୍ୟରେ ୧୫୦୫ ନୂଆ ସଂକ୍ରମିତ ଚିହ୍ନଟ

ଦେଶରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଗତ ୨୪ଘଣ୍ଟା ମଧ୍ୟରେ ୧୦ହଜାର୯୩ଜଣ ନୂତନ କରୋନା ସଂକ୍ରମଣ ଚିହ୍ନଟ ଓ ଦିନକରେ ୧୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ବୋଲି ଜଣାପଡ଼ିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭ ହଜାର ୫୪୨ରେ ପହଞ୍ଚିଥିବାବେଳେ ମୋଟ ମୃତ୍ୟୁସଂଖ୍ୟା ୫ଲକ୍ଷ ୩୧ହଜାର ୧୧୪କୁ ବୃଦ୍ଧି ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ରାଜ୍ୟରେ ଗତ ୫ରୁ ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ଜୀବନ ନେଲାଣି କରୋନା । ଗତ ୨୪ ଘଣ୍ଟାରେ ୩୦୮ ପଜିଟିଭ ଚିହ୍ନଟ ହୋଇଛି, ଯାହାକି ଶନିବାର ଅପେକ୍ଷା ୫୦% ଅଧିକ । ଏଥିସହ ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୧୫୦୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି ।  କୋଭିଡରେ ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ୭୦ ବର୍ଷିୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେ ଅନ୍ୟାନ୍ୟ ରୋଗରେ ବି ପୀଡ଼ିତ ଥିଲେ ।  ରାଜ୍ୟରେ ଏପ୍ରିଲ ଆରମ୍ଭରୁ କୋରୋନା ସଂକ୍ରମଣ ବଢ଼ିବାରେ ଲାଗିଛି।

ସୂଚନାଯୋଗ୍ୟ, କ୍ରମାଗତ ୪ ଦିନ ହେବ ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୧୦,୦୦୦ ଉପରେ ରହୁଥିବା ବେଳେ ରବିବାର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭,୦୦୦ ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୦୯୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୦,୦୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୮,୧୮,୧୧୫ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୧୯ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୧୧୪କୁ ବୃଦ୍ଧି ପାଇଛି। ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୬.୭୮% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୪.୪୯% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୨,୨୯,୪୫୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୬୮% ରହିଛି।

ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁସାରେ, ଦେଶରେ ଦୈନିକ ପଜିଟିଭିଟି ହାର ୪.୪୨% ଥିବାବେଳେ ସାପ୍ତାହିକ ପଜିଟିଭିଟି ହାର ୪.୦୨% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୭,୫୪୨କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୧୩%। ସେହିପରି ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୬,୨୬,୩୨୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଅନ୍ୟପଟେ ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୭୯,୮୫୩ଟି ନମୁନା।

Leave A Reply

Your email address will not be published.