ନୂଆଦିଲ୍ଲୀ: ଦେଶରେ ସାଂଘାତିକ ହେଉଛି କରୋନାର ସେକେଣ୍ଡ ଓ୍ୱେଭ୍ । ସଂକ୍ରମଣ ସହ ହୁ ହୁ ହୋଇ ବଢୁଛି ମୃତ୍ୟୁସଂଖ୍ୟା । ଦୈନିକ ଡେଥ୍ କେସ୍ ଏବେ ମୁଣ୍ଡବିନ୍ଧାର କାରଣ ହୋଇଛି । ଗତ ୨୪ ଘଣ୍ଟାରେ କରୋନାରେ ସାରା ଦେଶରୁ ୧୫ଶହ ୧ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଅର୍ଥାତ ଦିନକରେ ଡେଥ୍ କେସ୍ ବଢିଛି ୧୧ ପ୍ରତିଶତ । ଗତକାଲି ଦେଶରେ କରୋନାରେ ଆଖି ବୁଜିଥିଲେ ୧୩ଶହ ୪୧ ସଂକ୍ରମିତ । ବର୍ତ୍ତମାନ ସୁଦ୍ଧା ଦେଶରେ ମହାମାରୀ ନେଲାଣି ୧ଲକ୍ଷ ୭୭ହଜାର ୧୫୦ ଜୀବନ ।
ଏବେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ଉପରେ ରହୁଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ରେକର୍ଡ ୨ଲକ୍ଷ ୬୧ହଜାର ୫୦୦ ନୂଆ ଆକ୍ରାନ୍ତ । ଯାହାକି ବର୍ତ୍ତମାନ ସୁଦ୍ଧା ସର୍ବାଧିକ । ଗତକାଲି ଏହି ସଂଖ୍ୟା ଥିଲା ୨ଲକ୍ଷ ୩୪ହଜାର ୬୯୨ । ଦେଶରେ କରୋନା ସଂକ୍ରମିତଙ୍କ ମୋଟ୍ ସଂଖ୍ୟା ୧କୋଟି ୪୭ଲକ୍ଷ ୮୮ହଜାର ୧୦୯କୁ ବୃଦ୍ଧି ପାଇଛି । ୧୦ଟି ରାଜ୍ୟ ମହାରାଷ୍ଟ୍ର, ଦିଲ୍ଲୀ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ତାମିଲନାଡୁ, କେରଳ, କର୍ଣ୍ଣାଟକ, ଗୁଜରାଟ, ରାଜସ୍ଥାନରୁ ଦୈନିକ ସର୍ବାଧିକ ସଂକ୍ରମିତ ହେଉଛନ୍ତି ।
ସଂକ୍ରମଣ ସହ ବଢୁଛି ଆକ୍ଟିଭ୍ କେସ୍ । ବର୍ତ୍ତମାନ ସୁଦ୍ଧା ଦେଶରେ ୧୮ଲକ୍ଷ ୧ହଜାର ୩୧୬ଟି କରୋନା ସକ୍ରିୟ ମାମଲା ରହିଛି । ବିଭିନ୍ନ ରାଜ୍ୟରେ ହସ୍ପିଟାଲରେ ସ୍ଥିତି ଉଦବେଗଜନକ ହେଲାଣି । ଗତ ୨୪ ଘଣ୍ଟାରେ ଆଉ ୧ଲକ୍ଷ ୩୮ହଜାର ୪୨୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ସୁସ୍ଥ ସଂଖ୍ୟା ୧କୋଟି ୨୮ଲକ୍ଷ ୯ହଜାର ୬୪୩ରେ ପହଞ୍ଚିଛି ।
BREAKING NEWS
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
- ଖଣି ଲିଜ୍ଧାରୀ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ, ଉତ୍ପାଦନ ବୃଦ୍ଧି କରନ୍ତୁ
- ଆମ ପୃଥିବୀର ବୟସ କେତେ, ବୈଜ୍ଞାନିକମାନେ ଏହାକୁ କିପରି ନିର୍ଣ୍ଣୟ କରିଥିଲେ ଜାଣନ୍ତୁ?
- ଦେଢ଼ କିଲୋମିଟର ଦୂରରୁ ଝଲସିବ ଶ୍ରୀମନ୍ଦିର, ଲାଗିବ ଲେଜର ୩ଡି ମ୍ୟାପିଙ୍ଗ ଲାଇଟ୍
- ହେମିଲଟନଙ୍କ ସହ ଯୋଡାଯାଉଛି ଯଶସ୍ୱୀଙ୍କ ନାମ
- India’s Most Advanced Atomic Reactor: ଉନ୍ନତ ପରମାଣୁ ରିଆକ୍ଟରରେ ଦୁନିଆର ଦ୍ୱିତୀୟ ‘ସୁପରପାୱାର’ ଭାରତ, ପୂରଣ ହେଲା ଭାଭାର ସ୍ୱପ୍ନ
- ସିଜିମାଳୀରେ ଉତ୍ତେଜନା: ବିକ୍ଷୋଭକାରୀ ପୁଲିସ ମଧ୍ୟରେ ଧସ୍ତାଧସ୍ତି, ୧୬୩ ଧାରା ଜାରି
Comments are closed.