ଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ପାଇ ୩ ହାଜର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି ।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୬,୨୫୪ରେ ପହଞ୍ଚିଛି।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୬୦୪।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୯୯,୪୪,୮୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୨୯,୪୪,୭୯୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୬,୬୨୮ଟି ନମୁନା ।
Comments are closed.