Latest Odisha News

BREAKING NEWS

କରୋନା ରଚୁଛି ତାଣ୍ଡବ; ଦିନକରେ ୪୨ ଶହ ସଂକ୍ରମିତ ମୃତ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଶୁକ୍ରବାର ଦିନ ଆଉ ୨ ଲକ୍ଷ ୫୯ ହଜାର ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହ ୪୨ ଶହ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ୨,୬୦,୩୧,୯୯୧କୁ ଛୁଇଁଥିବା ନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜଣାପଡିଛି।

କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨,୫୯,୫୯୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିଲା ବେଳେ ପାଖାପାଖି ୪ ହଜାର ୨୦୯ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେହିପରି ସୁସ୍ଥ ହୋଇଛନ୍ତି ୩,୫୭,୨୯୫।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୩୦,୨୭,୯୨୫ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୨,୯୧,୩୩୧ ଜଣ ପ୍ରାଣ ହରାଇଛନ୍ତି।

ଆହୁରି ମଧ୍ୟ ସମସ୍ତ ୨,୨୭,୧୨,୭୩୫ ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

Leave A Reply

Your email address will not be published.