Latest Odisha News

ବଢୁଛି କରୋନା ସଂକ୍ରମଣ; ୨୪ ଘଣ୍ଟାରେ ଦେଶରେ ୬୯ହଜାରରୁ ଅଧିକ ଆକ୍ରାନ୍ତ ଓ ୯୪୫ ମୃତ

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶନିବାର ଦିନ ଏହି ସଂଖ୍ୟା ୨୯ ଲକ୍ଷ ୭୫ ହଜାର ୭୦୨ ଛୁଇଁଥିବାନେଇ କେନ୍ଦ୍ରର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଯାବତ୍ କରୋନାଭାଇରସ ସଂକ୍ରମଣରେ ୫୫ ହଜାର ୭୯୪ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୬୯ ହଜାର ୮୭୮ ଆକ୍ରାନ୍ତ ମାମଲା ରେକର୍ଡ କରାଯାଇଛି । ଏଥିସହିତ ୯୪୫ ଜଣ ମୃତ୍ୟୁ ବରଣ କରିଛନ୍ତି ।

ଆହୁରି ମଧ୍ୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନାନୁଯାୟୀ କରୋନା ସଂକ୍ରମଣରୁ ଏପର୍ଯ୍ୟନ୍ତ ୨୨ ଲକ୍ଷ ୨୨ ହଜାର ୫୭୮ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ, ଏହା ଧୀରେଧୀରେ ଇଂଲଣ୍ଡ, ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୧୮୮ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Leave A Reply

Your email address will not be published.