Latest Odisha News

BREAKING NEWS

ଉଗ୍ର ହେଉଛି କରୋନା; ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୧୩ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୩୩୬ ମୃତ

ନୂଆଦିଲ୍ଲୀ: ଭାରତରେ ମୃତ୍ୟୁର ବିଭୀଷିକା ରଚିବା ଆରମ୍ଭ କଲାଣି କରୋନା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଦେଶର ପ୍ରାୟ ସମସ୍ତ ରାଜ୍ୟକୁ ଏହା ନିଜ କବଳକୁ ନେଇ ସାରିଛି । ଏହାର ପ୍ରଭାବରେ ଭାରତରେ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି ।

ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ସୂଚନା ଅନୁଯାୟୀ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୮୦,୫୩୨ ରେ ପହଞ୍ଚିଥିବା ବେଳେ ୧୨,୫୭୩ ଜଣଙ୍କର ମୃତ୍ୟୁ ଘଟିଛି ।

ଭାରତରେ ଏପର୍ଯ୍ୟନ୍ତ ୨,୦୪,୭୧୧ ଲୋକ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ପ୍ରଦାନ କରିଛି ।

ଗତ ୨୪ ଘଣ୍ଟାରେ ସର୍ବାଧିକ ୧୩,୫୮୬ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ୩୩୬ ଜଣଙ୍କର ମୃତ୍ୟୁ ଘଟିଛି ।
କେବଳ ମହାରାଷ୍ଟ୍ରରେ ୫ ହଜାର ଟପିଛି ମୃତ୍ୟୁ ସଂଖ୍ୟା। ଦିଲ୍ଲୀ, ମୁମ୍ବାଇ, ଅହମଦାବାଦ ଓ ଚେନ୍ନାଇ ଭଳି ମହାନଗରରେ ମଧ୍ୟ ସ୍ଥିତି ଉଦବେଗ ଜନକ । ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ସର୍ବାଧିକ ରହିଛି ।

Leave A Reply

Your email address will not be published.