Latest Odisha News

BREAKING NEWS

ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ: ଟସ୍ ଜିତି ଟିମ୍ ଇଣ୍ଡିଆର ବ୍ୟାଟିଂ ଆରମ୍ଭ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ସମୁଦାୟ ୩ଟି ଟେଷ୍ଟ ମ୍ୟାଚ୍ ବିଶିଷ୍ଟ ସିରିଜ ଖେଳାଯିବାକୁ ଥିବାବେଳେ ବୁଧବାର ଠାରୁ ପ୍ରଥମ ଟେଷ୍ଟ ମ୍ୟାଚ୍ ଅନୁଷ୍ଠିତ ହେଉଛି।

ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ୱାଇଏସ୍ ରାଜଶେଖର ରେଡ୍ଡୀ ଷ୍ଟାଡିୟମ ଠାରେ ଏହି ପ୍ରଥମ ଟେଷ୍ଟ ମ୍ୟାଚ ଅନୁଷ୍ଠିତ ହେଉଛି ।

ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟସ୍ ଜିତି ଭାରତ ବ୍ୟାଟିଂ ନିଷ୍ପତ୍ତି ନେଇଛି । ଏହାବ୍ୟତିତ ଟିମ୍ ଇଣ୍ଡିଆ ୧୩ ଓଭରରେ ବିନା କୌଣସି ୱିକେଟ୍ ବିନିମୟରେ ୩୧ ରନ୍ ଅକ୍ତିଆର କରିଛି ।

ଏହି ମ୍ୟାଚରେ ଓପନିଂ ବ୍ୟାଟ୍ସମ୍ୟାନ ଭାବେ ରୋହିତ ଶର୍ମା ଓ ମୟଙ୍କ ଅଗ୍ରୱାଲ୍ ପାଳି ଆରମ୍ଭ କରିବା ସହ ୱିକେଟ କିପର୍ ଭାବେ ରିଦ୍ଧିମାନ ଶାହ ମଇଦାନକୁ ଓହ୍ଲାଇଛନ୍ତି ।

ଭାରତୀୟ ଦଳ- ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ମୟଙ୍କ ଅଗ୍ରୱାଲ୍, ଚେତେଶ୍ୱର ପୂଜାରା, ଆଜିଙ୍କ୍ୟ ରାହାଣେ, ହନୁମା ବିହାରୀ, ରିଦ୍ଧିମାନ ଶାହ,ରବି ଚନ୍ଦ୍ରନ ଅଶ୍ୱିନୀ, ରବୀନ୍ଦ୍ର ଜାଦେଜା, ମହମ୍ମଦ ସାମି ଓ ଈଶାନ୍ତ ଶର୍ମା।

Leave A Reply

Your email address will not be published.