Latest Odisha News

BREAKING NEWS

ରେକର୍ଡ ଭାଙ୍ଗୁଛି କରୋନା: ଦେଶରେ ୧୧ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୪୦ ହଜାରରୁ ଉର୍ଦ୍ଧ୍ବ ସଂକ୍ରମିତ

ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୪୦,୪୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୧ ଜଣ ପ୍ରାଣ ହରାଇଛନ୍ତି ।

ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୧୧,୧୮,୦୪୩ ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ୩,୯୦,୪୫୯ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ୨୭,୪୯୭ ଜଣ ପ୍ରାଣ ହରାଇଛନ୍ତି । ୭,୦୦,୦୮୭ ହଜାର ଜଣ ଚିକିତ୍ସିତ ରୋଗୀ ସୁସ୍ଥ ହୋଇ ଡିସଚାର୍ଜ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି।

ସେହିପରି ସଂକ୍ରମିତ ସଂଖ୍ୟାରେ ତୃତୀୟ ସ୍ଥାନରେ ପହଞ୍ଚିଛି ଭାରତ । ଭାରତ ଉପରକୁ ଦ୍ଵିତୀୟ ସ୍ଥାନରେ ରାହିଛି ବ୍ରାଜିଲ ଓ ପ୍ରଥମ ସ୍ଥାନରେ ରହିଛି ଆମେରିକା ।

Leave A Reply

Your email address will not be published.