Latest Odisha News

BREAKING NEWS

୬୯ ହଜାର ନୂଆ ଆକ୍ରାନ୍ତଙ୍କ ସହ ଦେଶରେ ୩୦ ଲକ୍ଷ ଟପିଲା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ବିଜୁଳି ବେଗରେ ବଢୁଛି କରୋନା ମାମଲା। ପ୍ରତିଦିନ ଭାଙ୍ଗୁଛି ରେକର୍ଡ । ଦେଶର ମାତ୍ର ୨ ଦିନରେ ୧ ଲକ୍ଷରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ରାଜ୍ୟରେ ପ୍ରତିଦିନ ୨୦୦୦ରୁ ଉର୍ଦ୍ଧ୍ବ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏହାସହ ତାଳ ଦେଇ ଉପର ମୁଁହା ହୋଇ ଚାଲିଛି ମୃତ୍ୟୁର ମିଟର ।

ଗତ ୨୪ ଘଣ୍ଟାରେ ସର୍ବାଧିକ ୬୯,୨୩୯ ଜଣ ଆକ୍ରାନ୍ତ ଚିହ୍ନଟ ହେବା ସହ ମୋଟ ସଂଖ୍ୟା ୩୦,୪୪,୯୪୧ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦେଶରେ ୯୧୨ ମୃତ୍ୟୁ ରେକର୍ଡ ହୋଇଛି । ଏହାକୁ ମିଶାଇ ଦେଶର ମୋଟ ମୃତ୍ୟୁ ସଂଖ୍ୟା ୫୬,୭୦୬ ରେ ପହଞ୍ଚିଛି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୭,୦୭,୬୬୮ ଜଣ ସକ୍ରିୟ ରୋଗୀ ରହିଥିବା ବେଳେ ୨୨,୮୦,୫୬୭ ଜଣ ଆରୋଗ୍ୟ ଲାଭ କଲେଣି ।

ଦେଶରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ତାମିଲନାଡୁ, କର୍ଣ୍ଣାଟକ, ବିହାର, ଉତ୍ତରପ୍ରଦେଶ ଆଦି ରାଜ୍ୟରେ ସଂକ୍ରମଣ ବଢୁଛି । ସେହିପରି ଟେଷ୍ଟିଂ କ୍ଷମତା ବି ବୃଦ୍ଧି କରାଯାଇଛି । ବର୍ତ୍ତମାନ ଦେଶରେ ପ୍ରତିଦିନ ପାଖାପାଖି ୫ ଲକ୍ଷ କୋଭିଡ୍ ଟେଷ୍ଟ କରାଯାଉଛି ।

Leave A Reply

Your email address will not be published.